Posted inଜାତୀୟ

କର୍ନାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌.ଏମ୍‌. କୃଷ୍ଣାଙ୍କ ଜ୍ୱାଇଁ ନିଖୋଜ: ଥିଲା ୭ ହଜାର କୋଟି ଋଣ ବୋଝ

ବେଙ୍ଗାଲୁରୁ,୩୦।୭: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌.ଏମ୍‌. କୃଷ୍ଣାଙ୍କ ଜ୍ୱାଇଁ କେଫ୍‌ କଫି ଡେର ମାଲିକ ଭିି.ଜି. ସିଦ୍ଧାର୍ଥ ନିଖୋଜ ହୋଇଯାଇଛନ୍ତି। ତାଙ୍କର ସନ୍ଧାନରେ ପୋଲିସ ପକ୍ଷରୁ ଖୋଳତାଡ଼ ଜାରି ରହିଛି। ସିଦ୍ଧାର୍ଥଙ୍କ ଉପରେ ୭ ହଜାର କୋଟି ଟଙ୍କାର ଋଣ ବୋଝ ଥିବା କୁହାଯାଉଛି। ସେ ମାଙ୍ଗାଲୋର୍‌ ଯିବା ବାଟରେ ନେତ୍ରାବତୀ ନଦୀ ଉପରେ ଥିବା ଜେପିନା ମୋଙ୍ଗାରୁ ଜାତୀୟ ରାଜପଥ ଉପରେ କାର୍‌ରୁ ଓହ୍ଲାଇଥିଲେ। ସେ ମୋବାଇଲ୍‌ରେ କଥା ହୋଇ ପୋଲ ଉପରେ ଚାଲବୁଲ୍‌ କରୁଥିଲେ। ତେବେ ଅଧଘଣ୍ଟାରୁ ଅଧିକ ସମୟ ବିତିଗଲେ ମଧ୍ୟ ସଦ୍ଧାର୍ଥ ନ ଫେରିବାରୁ ଡ୍ରାଇଭରଙ୍କର ସନ୍ଦେହ ହୋଇଥିଲା। ସେ ସିଦ୍ଧାର୍ଥଙ୍କ ମୋବାଇଲ୍‌କୁ ଫୋନ୍‌ କରିଥିଲେ। ମୋବାଇଲ୍‌ ସୁଇଚ୍‌ ଅଫ୍‌ ଥିବା ଜଣାପଡ଼ିଥିଲା। ଖୋଜାଖୋଜି କରିବା ସହ ସିଦ୍ଧାର୍ଥଙ୍କ ପରିବାର ସଦସ୍ୟଙ୍କୁ ଏ ସମ୍ପର୍କରେ ଅବଗତ କରାଇଥିଲେ। ଏସମ୍ପର୍କରେ ଏନେଇ ଦକ୍ଷିଣ କନ୍ନଡ଼ ପୋଲିସ ତଦନ୍ତ ଜାରି ରଖିଛି। ଖବର ପାଇ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା, କଂଗ୍ରେସ ନେତା ଡି.କେ.ଶିବକୁମାର ଏବଂ ବି.ଏଲ୍‌.ଶଙ୍କର ପ୍ରମୁଖ ଏସ୍‌.ଏମ୍‌. କୃଷ୍ଣାଙ୍କ ବେଙ୍ଗାଲୁରୁ ସ୍ଥିତ ବାସଭବନରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri