Posted inଜାତୀୟ

କର୍ନାଟକ ବିଧାନସଭା ନିକଟରେ ଜାରି ହେବ ୧୪୪ ଧାରା

ବେଙ୍ଗାଲୁରୁ,୨୭।୭: କର୍ନାଟକ ବିଧାନସଭାକୁ ମିଳିଛି ନୂଆ ମୁଖ୍ୟମନ୍ତ୍ରୀ। ଏବେ ଏଠାରେ ରାଜନୈତିକ ପରିବେଶ ବେଶ୍‌ ସରଗରମ। ତେଣୁ ବିଧାନସଭା ପରିସରରେ ୧୪୪ ଧାରା ଜାରି କରାଯିବ ବୋଲି ଶନିବାର ଘୋଷଣା କରାଯାଇଛି। ବିଧାନସଭାର ୨ କିଲୋମିଟର ମଧ୍ୟରେ ଆସନ୍ତା ୨୯ ଜୁଲାଇ ସକାଳ ୬ଟାରୁ ୩୦ ଜୁଲାଇ ମଧ୍ୟ ରାତ୍ରି ପର୍ଯ୍ୟନ୍ତ ଏହା ଲାଗୁ କରାଯିବ ବୋଲି ପୋଲିସ କମିଶନର ଆଲୋକ କୁମାର ସୂଚନା ଦେଇଛନ୍ତି। ଏକାଥରେ ୫ ଜଣରୁ ଅଧିକ ବ୍ୟକ୍ତିଙ୍କୁ ଦେଖିଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ରହିଛି। ତେବେ ଆସନ୍ତା ୨୯ରେ ୟେଦୁରପ୍ପା ବିଧାନସଭାରେ ତାଙ୍କ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ ଥିବା ବେଳେ ଏପରି ପଦକ୍ଷେପ ନିଆଯାଇଥିବା ଅନୁମାନ କରାଯାଉଛି। କାରଣ କଂଗ୍ରେସ ଜେଡିଏସ୍‌ ମେଣ୍ଟ ସରକାର ଭାଙ୍ଗିଯିବା ପରେ ନାଟକୀୟ ଢଙ୍ଗରେ ଏବେ ୟେଦୁରପ୍ପା କର୍ନାଟକର ଶାସନ ଦାୟିତ୍ୱ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାର ପ୍ରଚାରକଙ୍କ ନାଁ ଜାରି କଲା ଆପ୍‌, ତାଲିକାରେ କେଜରିଓ୍ବାଲଙ୍କ ନାଁ

ନୂଆଦିଲ୍ଲୀ,୧୬।୪: ଦିଲ୍ଲୀ ସରକାର ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ତେବେ ଜେଲରୁ ହିଁ ସରକାର ଚଲେଇବାକୁ କେଜରିଓ୍ବାଲ ଦାବି କରିଛନ୍ତି।...

‘ମୁଁ କେଜରିଓ୍ବାଲ, ଆତଙ୍କବାଦୀ ନୁହେଁ’ ତିହାରରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୧୬।୪: ଗୋଟିଏ ପଟେ ଲୋକ ସଭା ନିର୍ବାଚନ ମୁଣ୍ଡ ଉପରେ ଥିବାବେଳେ ଅନ୍ୟପଟେ ଆମ ଆଦମୀ ପାର୍ଟି ଅବକାରୀ ଦୁର୍ନୀତିରେ ଛନ୍ଦି ହୋଇପଡିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ...

UPSC ସିଭିଲ ସିର୍ଭସ ପରୀକ୍ଷା ୨୦୨୩ ଫାଇନାଲ ରିଜଲ୍ଟ ଜାରି, ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର

ନୂଆଦିଲ୍ଲୀ,୧୬।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା ୨୦୨୩ ର ଫାଇନାଲ ଫଳାଫଳ ପ୍ରକାଶ ପାଇଛି। ଏହାର ୱେବସାଇଟ upsc.gov.in ରେ ଏହା ଯାଞ୍ଚ କରାଯାଇପାରିବ ।...

ସୁପ୍ରିମକୋର୍ଟରୁ ଆଜିବି ବାବା ରାମଦେବଙ୍କୁ ମିଳିଲାନି କ୍ଷମା

ନୂଆଦିଲ୍ଲୀ,୧୬।୪: ଯୋଗ ଗୁରୁ ବାବା ରାମଦେବ ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଠାରୁ ଏଲୋପାଥି (ଇଂରାଜୀ ଔଷଧ) ବିରୁଦ୍ଧରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ପତଞ୍ଜଳି...

ଗୟାରେ ଗର୍ଜିଲେ ମୋଦି, ବିରୋଧୀଙ୍କୁ କଲେ ଟାର୍ଗେଟ

ଗୟା,୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିହାରରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଗୟାଠାରେ ଏକ ସମାବେଶକୁ ସମ୍ବୋଧିତ କରିଛନ୍ତି ଏବଂ କିଛି ସମୟ ପରେ ପ୍ରଧାନମନ୍ତ୍ରୀ...

୧୨ ତମ ତାଲିକାରେ ୪ ରାଜ୍ୟ ପାଇଁ ୭ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ଭାଜପା ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଦ୍ୱାଦଶ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୪ଟି ରାଜ୍ୟରେ ୭ଟି ଆସନ...

ଆପଣଙ୍କ ପରାମର୍ଶ ଆମର ଆବଶ୍ୟକ ନାହିଁ, ବାବା ରାମଦେବ, ବାଲକ୍ରିଷ୍ଣାଙ୍କୁ କାହିଁକି ଏମିତି କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ପତଞ୍ଜଳିର ଭ୍ରମାତ୍ମକ ବିଜ୍ଞାପନ ପ୍ରସଙ୍ଗରେ ଶୁଣାଣି ସୁପ୍ରିମକୋର୍ଟରେ ଚାଲିଛି। ଶୁଣାଣି ସମୟରେ ଜଷ୍ଟିସ ହିମା କୋହଲି ଏବଂ ଜଷ୍ଟିସ ଅମାନୁଲ୍ଲାଙ୍କ ବେଞ୍ଚ ବାବା...

ନିର୍ବାଚନ ପ୍ରଚାର ପାଇଁ ବଢିଲା ୪୦% ଘରୋଇ ବିମାନ ଚାହିଦା

ନୂଆଦିଲ୍ଲୀ,୧୬ା୪: ଲୋକ ସଭା ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନେତା ଓ ରାଜନୈତିକ ଦଳଗୁଡ଼ିକର ପ୍ରତିନିଧିମାନେ ଦେଶବ୍ୟାପୀ ବିଭିନ୍ନ ସ୍ଥାନକୁ ପ୍ରଚାରରେ ଯାଉଛନ୍ତି। ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri