Posted inଜାତୀୟ

କର୍ନାଟକ ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ୧୬ ଯାଏ କାର୍ଯ୍ୟାନୁଷ୍ଠାନ ନେଇପାରିବେନି ବାଚସ୍ପତି

ନୂଆଦିଲ୍ଲୀ,୧୩ା୭(ପି.ଟି.): କର୍ନାଟକର ବିଦ୍ରୋହୀ ବିଧାୟକମାନଙ୍କ ମାମଲାର ଶୁଣାଣି ୧୬ ତାରିଖରେ ସୁପ୍ରିମକୋର୍ଟରେ ହେବ। ସେ ପର୍ଯ୍ୟନ୍ତ ୧୦ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିବା ଲାଗି ବାଚସ୍ପତି କେ.ଆର୍‌. ରମେଶ କୁମାର କୌଣସି ନିଷ୍ପତ୍ତି ନେଇପାରିବେ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ ଶୁକ୍ରବାର କହିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ଦୀପକ ଗୁପ୍ତା ଓ ଅନିରୁଦ୍ଧ ବୋଷ୍‌ଙ୍କୁ ନେଇ ଗଠିତ ଖଣ୍ଡପୀଠ କର୍ନାଟକ ମାମଲାକୁ ଏକ ଗୁରୁତର ପ୍ରସଙ୍ଗ ବୋଲି କହିବା ସହିତ ଏହା ଉପରେ ବିଚାର ନ ହେବା ପର୍ଯ୍ୟନ୍ତ ସ୍ଥିତାବସ୍ଥା ବଜାୟ ରଖିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ସେ ପର୍ଯ୍ୟନ୍ତ ବାଚସ୍ପତି ବିଦ୍ରୋହୀ ବିଧାୟକମାନଙ୍କ ଇସ୍ତଫା ଏବଂ ଅଯୋଗ୍ୟ ଘୋଷଣା ପ୍ରସଙ୍ଗରେ କୌଣସି ନିଷ୍ପତ୍ତି ନେଇପାରିବେ ନାହିଁ।
ସମ୍ବିଧାନର ଧାରା ୩୨ ଅନୁଯାୟୀ ବିଦ୍ରୋହୀ ବିଧାୟକମାନଙ୍କ ଆବେଦନର ଉଲ୍ଲେଖଯୋଗ୍ୟତା ପ୍ରସଙ୍ଗ ଉପରେ କର୍ନାଟକ ବାଚସ୍ପତି ଓ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ପ୍ରଶ୍ନ ଉଠାଇଛନ୍ତି। ବିଦ୍ରୋହୀ ବିଧାୟକମାନଙ୍କ ପକ୍ଷରୁ ମାମଲା ଲଢ଼ୁଥିବା ବରିଷ୍ଠ ଆଇନଜୀବୀ ମୁକୁଲ ରୋହତଗୀ ବାଚସ୍ପତିଙ୍କ ରିପୋର୍ଟକୁ ବିରୋଧ କରିଥିଲେ। ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା କରିବା ଲାଗି ଶାସକ ମେଣ୍ଟ ପକ୍ଷରୁ ଆବେଦନ କରାଯାଇଥିବାରୁ ଏଭଳି ନିଷ୍ପତ୍ତି ବିଧାୟକମାନଙ୍କ ଇସ୍ତଫା ପୂର୍ବରୁ ନେବାର ଥିଲା ବୋଲି ରୋହତଗୀ କହିଛନ୍ତି। ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ମାମଲାର ଅଧିକ ଶୁଣାଣି ଆବଶ୍ୟକ ବୋଲି ଖଣ୍ଡପୀଠ କହିଥିଲେ। ଏଥିସହିତ ପରବର୍ତ୍ତୀ ଶୁଣାଣି ୧୬ ତାରିଖକୁ ଧାର୍ଯ୍ୟ କରିଥିଲେ।
ସୁପ୍ରିମକୋର୍ଟ ଯାଇଥିବାରୁ ବାଚସ୍ପତି ସେମାନଙ୍କୁ ଗଣମାଧ୍ୟମ ଆଗରେ ଭର୍ତ୍ସନା କରିଛନ୍ତି। ବାଚସ୍ପତିଙ୍କୁ ଦିନେ କିମ୍ବା ଦୁଇଦିନ ମଧ୍ୟରେ ବିଧାୟକମାନଙ୍କ ଇସ୍ତଫା ସମ୍ପର୍କରେ ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ସେ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇ ନ ଥିବାରୁ ତାଙ୍କ ବିରୋଧରେ ଅଦାଲତ ଅବମାନନା ନୋଟିସ ଜାରି କରାଯାଇପାରିବ ବୋଲି ରୋହତଗୀ କହିଛନ୍ତି। ସମ୍ବିଧାନର ବ୍ୟବସ୍ଥା ଅନୁଯାୟୀ ବିଧାନସଭାରେ ବିଧେୟକ ତଥା ଅନ୍ୟାନ୍ୟ କାର୍ଯ୍ୟରେ ବାଚସ୍ପତିଙ୍କୁ ଆଇନଗତ ଯାଞ୍ଚରୁ ବାଦ୍‌ ଦିଆଯାଇଛି। ତେବେ ଇସ୍ତଫା ପ୍ରସଙ୍ଗରେ ନୁହେଁ ବୋଲି ବରିଷ୍ଠ ଆଇନଜୀବୀ କହିଛନ୍ତି। ବାଚସ୍ପତି ଏକ ସାମ୍ବିଧାନିକ ପଦବୀ ହୋଇଥିବାରୁ ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା ସମ୍ପର୍କରେ ସେ ନିଷ୍ପତ୍ତି ନେଇପାରିବେ ବୋଲି କୁମାରସ୍ବାମୀଙ୍କ ଓକିଲ ଏ.ଏମ୍‌. ସିଙ୍ଗ୍‌ଭି ଯୁକ୍ତି ବାଢ଼ିବାରୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶନାମାକୁ ଚ୍ୟାଲେଞ୍ଜ କରିବା କ୍ଷମତା ବାଚସ୍ପତିଙ୍କର ରହିଛି କି ବୋଲି ଖଣ୍ଡପୀଠ ପ୍ରଶ୍ନ କରିଥିଲେ।
ସୁପ୍ରିମକୋର୍ଟ ବାଚସ୍ପତିଙ୍କୁ ନୋଟିସ ଜାରି ନ କରି ବିଦ୍ରୋହୀ ବିଧାୟକମାନଙ୍କ ସମ୍ପର୍କରେ ନିର୍ଦ୍ଦେଶନାମା ଜାରି କରିଥିବା ମୁଖ୍ୟମନ୍ତ୍ରୀ କୁମାରସ୍ବାମୀଙ୍କ ପକ୍ଷରୁ ବରିଷ୍ଠ ଓକିଲ ରାଜୀବ ଧାଓ୍ବନ ଖଣ୍ଡପୀଠଙ୍କୁ କହିଥିଲେ। ବିଧାୟକମାନେ ସେମାନଙ୍କ ଆବେଦନରେ ରାଜ୍ୟ ସରକାରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛନ୍ତି। ଅଥଚ ଏ ସମ୍ପର୍କରେ ଶୁଣାଣି କରା ନ ଯାଇ ନିର୍ଦ୍ଦେଶନାମା ଜାରି କରାଯାଇଛି ବୋଲି ଧାଓ୍ବନ କହିଛନ୍ତି। ଏହା ବ୍ୟତୀତ ଇସ୍ତଫା ଦେଇଥିବା ଜଣେ ବିଦ୍ରୋହୀ ବିଧାୟକ ଚିଟ୍‌ଫଣ୍ଡରେ ସମ୍ପୃକ୍ତ ଯେଉଁଥିରେ ରାଜ୍ୟ ସରକାରଙ୍କୁ ଅଭିଯୁକ୍ତ କରାଯାଇଛି। ବିଧାୟକମାନଙ୍କ ଇସ୍ତଫା ସ୍ବେଚ୍ଛାକୃତ କି ନୁହେଁ ଅନୁଧ୍ୟାନ କରିବା ବାଚସ୍ପତିଙ୍କ ଦାୟିତ୍ୱ ବୋଲି ଧାଓ୍ବନ କହିଥିଲେ।
ବିଦ୍ରୋହୀ ବିଧାୟକମାନଙ୍କ ଇସ୍ତଫାପତ୍ରକୁ ବାଚସ୍ପତି ଗ୍ରହଣ କରୁ ନ ଥିବାରୁ ସେମାନେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଗୁରୁବାର ସନ୍ଧ୍ୟା ୬ଟାରେ ବାଚସ୍ପତିଙ୍କୁ ଭେଟିବା ଲାଗି ସୁପ୍ରିମକୋର୍ଟ ଉକ୍ତ ବିଧାୟକମାନଙ୍କୁ କହିବା ସହ ସେମାନଙ୍କୁ ଉପଯୁକ୍ତ ସୁରକ୍ଷା ଯୋଗାଇଦେବାକୁ କର୍ନାଟକ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଥିଲେ। କର୍ନାଟକ ବିଧାନସଭାରେ ଶାସକ ମେଣ୍ଟର ୧୬ ଜଣ ବିଧାୟକ ଇସ୍ତଫା ଦେଇଥିବାରୁ ସରକାର ଭାଙ୍ଗିବା ସ୍ଥିତିରେ ପହଞ୍ଚତ୍ଛି। ୨ ସ୍ବାଧୀନ ବିଧାୟକ ମଧ୍ୟ ସରକାରରୁ ସମର୍ଥନ ପ୍ରତ୍ୟାହାର କରିନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri