Posted inଜାତୀୟ

କର୍ନାଟକ ସଙ୍କଟ: ୭୦ରୁ ଅଧିକ ଆଶାୟୀଙ୍କୁ ଅନୁମୋଦିତ ୩୪ କ୍ୟାବିନେଟ୍‌ରେ କିଭଳି ସ୍ଥାନ ଦେବ ଭାଜପା ମେଣ୍ଟ !

ବେଙ୍ଗାଲୁର୍‌,୨୫।୭: କର୍ନାଟକରେ ନୂଆ ସରକାର ଗଠନରେ ଭାଜପା ହାଇକମାଣ୍ଡ ଡେରି କରୁଛନ୍ତି। ବିଦ୍ରୋହୀ ବିଧାୟକଙ୍କ ଯୋଗ୍ୟତା ନେଇ ବାଚସ୍ପତିଙ୍କ ପଦକ୍ଷେପ ତଥା ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ଆବେଦନର ନିଷ୍ପତ୍ତି ଏପର୍ଯ୍ୟନ୍ତ ନିଆଯାଇ ନ ଥିବା ଭାଜପା ହାଇକମାଣ୍ଡ୍‌ ମାମଲା ଥଣ୍ଡା ହେବା ପର୍ଯ୍ୟନ୍ତ ଅପେକ୍ଷା କରିଛନ୍ତି। ଅପର ପକ୍ଷରେ ସରକାର ଗଠନରେ ବିଳମ୍ବ ତଥା ବାଚସ୍ପତିଙ୍କ ନିଷ୍ପତ୍ତି ନେଇ ବିଦ୍ରୋହୀଙ୍କ ଧେର୍ଯ୍ୟ ଭାଙ୍ଗିବା ଉପରେ। ରାଜ୍ୟରେ ଭାଜପା ମେଣ୍ଟ କ୍ଷମତା ଦଖଲ କଲେ ନୂଆ ସରକାରଙ୍କ କ୍ୟାବିନେଟ୍‌ରେ ସାମିଲ୍‌ ହେବା ପାଇଁ ୭୧ ଆଶାୟୀ ରହିଛନ୍ତି। ସେମାନଙ୍କ ମଧ୍ୟରେ ୫୬ ଜଣ ଭାଜପାର ବରିଷ୍ଠ ନେତା ଏବଂ ୧୫ ଜଣ ବିଦ୍ରୋହୀ ଅଛନ୍ତି। ତେବେ ରାଜ୍ୟରେ ଅନୁମୋଦିତ କ୍ୟାବିନେଟ୍‌ ସଦସ୍ୟ ସଂଖ୍ୟା ୩୪ ରହିଛି। ଫଳରେ ଭାଜପା ମେଣ୍ଟ ସରକାରଙ୍କ ପାଇଁ ଏକ ନୂଆ ଚ୍ୟାଲେଞ୍ଜ୍‌ ସୃଷ୍ଟି ହେବାର ଆଶଙ୍କା ଅଛି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri