Posted inଜାତୀୟ

କର୍ନାଟକ ସରକାରଙ୍କ ବରଖାସ୍ତ ଦାବିକଲା କଂଗ୍ରେସ

ବେଙ୍ଗାଲୁରୁ,୩ା୧୧(ପି.ଟି.): କର୍ନାଟକରେ ବିଦ୍ରୋହୀ କଂଗ୍ରେସ-ଜେଡିଏସ୍‌ ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ପଛରେ ଭାଜପା କେନ୍ଦ୍ରୀୟ ନେତୃତ୍ୱ ସମ୍ପୃକ୍ତ ଥିଲେ ବୋଲି ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା କହିଥିବାର ଅଡିଓ କ୍ଲିପ୍‌ ଲିକ୍‌ ହେବା ପରେ ବିବାଦ ଜୋର ଧରିଛି। ଏହାକୁ ନେଇ ଶନିବାର କର୍ନାଟକର ଭାଜପା ସରକାରଙ୍କ ବରଖାସ୍ତ ଦାବି କରିଛି କଂଗ୍ରେସ। ଅନ୍ୟପକ୍ଷରେ ୟେଦୁରପ୍ପା ସେପରି କିଛି କହି ନ ଥିବା ଭାଜପା ପକ୍ଷରୁ କୁହାଯାଇଛି।
କର୍ନାଟକରେ ୧୭ ବିଦ୍ରୋହୀ ବିଧାୟକଙ୍କ ପାଇଁ ଏଚ୍‌.ଡି. କୁମାରସ୍ବାମୀଙ୍କ ନେତୃତ୍ୱାଧୀନ କଂଗ୍ରେସ-ଜେଡିଏସ୍‌ ସରକାର ଭାଙ୍ଗିଯାଇଥିଲା। ଏହା ପରେ ଜୁଲାଇ ୨୬ରେ ୟେଦୁରପ୍ପାଙ୍କ ନେତୃତ୍ୱରେ ଭାଜପା ସେଠାରେ ସରକାର ଗଢ଼ିଥିଲା। ଏହି ସରକାରକୁ ୧୦୦ ଦିନ ପୂରିଥିଲାବେଳେ ପୁଣି ଥରେ ବିବାଦ ମୁଣ୍ଡ ଟେକିଛି। ବିଦ୍ରୋହୀ ବିଧାୟକମାନଙ୍କୁ ଭାଜପା ଅଧ୍ୟକ୍ଷ ଅମିତ୍‌ ଶାହଙ୍କ ତତ୍ତ୍ୱାବଧାନରେ ମୁମ୍ବାଇରେ ରଖାଯାଇଥିଲା ବୋଲି ଭାଇରାଲ ହୋଇଥିବା ଅଡିଓ କ୍ଲିପିଂରେ ୟେଦୁରପ୍ପା କହିଥିବା ଜଣାପଡିଛି। ଫଳରେ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହଙ୍କୁ ରାଷ୍ଟ୍ରପତି ବହିଷ୍କାର କରନ୍ତୁ ବୋଲି କଂଗ୍ରେସ ଅନୁରୋଧ କରିଛି। ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ଓ ରାଜ୍ୟ କଂଗ୍ରେସ ମୁଖ୍ୟ ଦିନେଶ ଗୁଣ୍ଡୁ ରାଓଙ୍କ ନେତୃତ୍ୱରେ ବିରୋଧୀ ଦଳର ନେତାମାନେ ରାଜ୍ୟପାଳ ବଜୁଭାଇ ଭାଲାଙ୍କୁ ଭେଟି ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି। ଏଥିରେ ସେମାନେ ୟେଦୁରପ୍ପା ସରକାରଙ୍କ ବରଖାସ୍ତ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

NEET Re-Exam ପରୀକ୍ଷାରେ ବଡ଼ ପରିବର୍ତ୍ତନ, ପରୀକ୍ଷା ସମୟ ଅବଧି…..

ନୂଆଦିଲ୍ଲୀ,୧୨।୬: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) NEET ପୁନଃପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି । ଏହି ପ୍ରକ୍ରିୟାର ଏକ ଅଂଶ ଭାବରେ, NTA କିଛି ପରିବର୍ତ୍ତନ…

ସନ୍ଧ୍ୟାରେ ମନ୍ଦିରରେ ତାଲା ଦେଇ ଯାଇଥିଲେ ପୂଜାରୀ, ସକାଳକୁ ଗଲା ବେଳକୁ ଯାହା ଦେଖିଲେ…

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ଗ୍ରାମ ଶ୍ରୀ ତୁମ୍ବେଶର ଶୈବପୀଠ ପରିସରରେ ଥିବା ଦାନବାକ୍ସକୁ କେହି ଦୁର୍ବୃତ୍ତ ଭାଙ୍ଗି…

ଷ୍ଟାର୍‌ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପିତାଙ୍କୁ କାହିଁକି ସାବଧାନ କଲେ ଏହି ପୂର୍ବତନ କ୍ରିକେଟର? ଜାଣନ୍ତୁ କ’ଣ ରହିଛି ବଡ଼ କାରଣ

ନୂଆଦିଲ୍ଲୀ, ୧୨।୬: ଭାରତୀୟ କ୍ରିକେଟରେ ବୈଭବ ସୂର୍ଯ୍ୟବଂଶୀଙ୍କ ନାମ ଆଜିକାଲି କ୍ରମାଗତ ଭାବେ ଚର୍ଚ୍ଚାରେ ରହିଛି । ଅଣ୍ଡର-୧୯ କ୍ରିକେଟ ଏବଂ ଆଇପିଏଲ (IPL) ରେ ଚମତ୍କାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର…

ବିନା ଲାଇସେନ୍ସରେ ୯୦୦ରୁ ଅଧିକ ବିମାନ ଉଡ଼ାଣ କରିଛନ୍ତି ଏହି ପାଇଲଟ୍‌, ପୂରା ଘଟଣା ଜାଣିଲେ…

ଅଟାଓ୍ବା,୧୨ା୬: କାନାଡାର ପ୍ରମୁଖ ବିମାନ କମ୍ପାନୀ ଏୟାର କାନାଡା ସହିତ ଜଡ଼ିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୂର୍ବତନ ବିମାନ ପାଇଲଟ୍‌ ଜେଫ୍ରି ଓ୍ବାଲ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri