କର୍ମଚାରୀଙ୍କୁ ଆଇସିୟୁରେ ସିଟ୍‌ ମିଳିଲାନି: ମୃତ୍ୟୁ ପରେ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା, ଧାରଣା ଦେଲେ ଆଟେଣ୍ଡାଣ୍ଟ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ଆଇସିୟୁରେ ସିଟ୍‌ ଥିବା ସତ୍ତ୍ୱେ ନ ଦେବା, ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ପରାମର୍ଶ ଦେବା, ଗୁରୁତର ରୋଗୀଙ୍କ ମୃତ୍ୟୁ ଘଟିବା ପ୍ରତିବାଦରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି।

ସୂଚନାନୁଯାୟୀ, ଭଦ୍ରକ ଜିଲା ତିହିଡ଼ି ଦେଉଳି ଗ୍ରାମର ଅନୁପମା ନାୟକ ମଧୁମେହ ରୋଗରେ ପୀଡିତ ଥିଲେ। ସେ କ୍ୟାପିଟାଲ ହସ୍ପିଟାଲରେ ଏସ୍‌ଏନ୍‌ସିୟୁରେ ଆଟେଣ୍ଡାଣ୍ଟ ଭାବେ କାର୍ଯ୍ୟରତ ଥିଲେ। ମଙ୍ଗଳବାର ସନ୍ଧ୍ୟାରେ ତାଙ୍କ ଦେହ ଖରାପ ହେବା ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ ମହିଳା ଓ୍ବାର୍ଡରେ ଥିଲେ। ମାତ୍ର ରାତିରେ ତାଙ୍କ ଦେହ ଅଧିକ ଖରାପ ହେବା ଯୋଗୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରିବା ଦରକାର ପଡ଼ିଥିଲା। ମାତ୍ର ଡାକ୍ତରଖାନା କର୍ତ୍ତୃପକ୍ଷ ଅନୁପମାଙ୍କ ପରିବାରକୁ ସିଟ୍‌ ନ ଥିବା କହିଥିଲେ। ଏପରିକି ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ପରାମର୍ଶ ଦେଇଥିଲେ। କିନ୍ତୁ ସେହି ସମୟରେ ଅନ୍ୟ ଜଣେ ରୋଗୀଙ୍କୁ ଆଇସିୟୁରେ ଏଣ୍ଟ୍ରି ଦିଆଯାଇଥିଲା। ଏଣୁ ସିଟ୍‌ ଥିବା ସତ୍ତ୍ୱେ ମୃତା ଅନୁପମାଙ୍କୁ ନ ଦେବା ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଏପରିକି ଅନୁପମା ହସ୍ପିଟାଲର କର୍ମଚାରୀ ହୋଇଥିବା ସତ୍ତ୍ୱେ ତାଙ୍କୁ ଆଇସିୟୁ ଦେବାରେ ଅବହେଳା କରିବାକୁ ନେଇ ବିଭିନ୍ନ ବିଭାଗର ଆଟେଣ୍ଡାଣ୍ଟମାନେ ପ୍ରତିବାଦ କରିବା ସହ ଧାରଣାରେ ବସିଥିଲେ। ଅବହେଳା କରିଥିବା କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ କ୍ଷତିପୂରଣ ଦାବିରେ ସକାଳ ୭ଟାରୁ ୧୦.୩୦ ପର୍ଯ୍ୟନ୍ତ ମୃତଦେହ ରଖି କର୍ମଚାରୀମାନେ ଧାରଣା ଦେଇଥିଲେ। ପରେ ମେଡିକାଲ କର୍ତ୍ତୃପକ୍ଷ ଏବଂ କ୍ୟାପିଟାଲ ଥାନାଧିକାରୀ ଗିରିଜା ଶଙ୍କର ଚକ୍ରବର୍ତ୍ତୀ ପ୍ରମୁଖ ତାଙ୍କୁ ବୁଝାସୁଝା କରିଥିଲେ। ଶେଷରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?