କର୍ମଚାରୀଙ୍କୁ ଦରମା ଦେବାକୁ କେନ୍ଦ୍ରକୁ ୫ ହଜାର କୋଟି ମାଗିଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୫: ଦିଲ୍ଲୀ ସରକାରଙ୍କ ପାଖରେ କର୍ମଚାରୀଙ୍କୁ ଦରମା ଦେବାକୁ ଟଙ୍କା ନାହିଁ। ଏନେଇ ରାଜ୍ୟ ସରକାର କେନ୍ଦ୍ରକୁ ୫ ହଜାର କୋଟିର ସହାୟତା ମାଗିଛନ୍ତି। ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ଅର୍ଥମନ୍ତ୍ରୀ ମନୀଶ ସିସୋଡିଆ କେନ୍ଦ୍ରୀୟ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି। କର୍ମଚାରୀଙ୍କ ଦରମା ପାଇଁ କେବଳ ୩,୫୦୦ କୋଟି ଟଙ୍କାର ଆବଶ୍ୟକ ରହିଥିବା ସେ ସୂଚିତ କରିଛନ୍ତି। ଏହା ସହିତ ରାଜ୍ୟର ଅନ୍ୟ ଅତ୍ୟାବଶ୍ୟକ ଖର୍ଚ୍ଚ ମଧ୍ୟ ରହିଥିବା ସେ କହିଛନ୍ତି। ଲକ୍‌ଡାଉନ୍‌ର ପ୍ରଭାବ ଦିଲ୍ଲୀର ରାଜସ୍ବ ସଂଗ୍ରହ ଉପରେ ଅଧିକ ପଡ଼ିଛି। ଗତ ୨ ମାସରେ ୫୦୦ କୋଟି ଟଙ୍କା ଲେଖାଏଁ ଜିଏସ୍‌ଟିରୁ ସଂଗ୍ରହ କରାଯାଇଛି। ଏହା ସହିତ ଅନ୍ୟ ରାଜସ୍ବ ମିଶିଲେ ୧,୭୩୫ କୋଟି ଟଙ୍କା ହେଉଥିବା ସେ ଚିଠିଲେ ଉଲ୍ଲେଖ କରିଛନ୍ତି। ସରକାରଙ୍କ ପାଖରେ କର୍ମଚାରୀଙ୍କ ଦରମା ପାଇଁ ଆବଶ୍ୟକ ଟଙ୍କା ନାହିଁ। ତେଣୁ କେନ୍ଦ୍ର ସରକାର ଏଭଳି ସଙ୍କଟ ସମୟରେ ୫ ହଜାର କୋଟି ଟଙ୍କା ଯୋଗାଇ ଦେବାକୁ ସିସୋଡିଆ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri