କର୍ମଚାରୀ, ଶିକ୍ଷକ ବିକାଶ ମଞ୍ଚର ଅଭିଯୋଗ: ପ୍ରତିଶ୍ରୁତି ପାଳନ କରୁନାହାନ୍ତି ରାଜ୍ୟ ସରକାର

ବ୍ରହ୍ମପୁର ଅଫିସ,୧୨ା୧-ସେବାନିବୃତ୍ତ କର୍ମଚାରୀ ଓ ଶିକ୍ଷକଙ୍କ ବିଭିନ୍ନ ସମସ୍ୟାର ସମାଧାନ ଏବଂ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ପରେ ପ୍ରତିଶ୍ରୁତି ଦିଆଯାଉଛି। ତେବେ ପାଳନ କରା ନ ଯାଇ ସରକାର ପ୍ରତାରଣା କରୁଥିବା ଓଡ଼ିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଗଞ୍ଜାମ ଜିଲା ଶାଖା ଅଭିଯୋଗ କରିଛି। ପ୍ରତିବାଦରେ ମଞ୍ଚ ପୁଣି ଆନ୍ଦୋଳନକୁ ଓହ୍ଲାଇବା ଚେତାବନୀ ଦେଇଛି। ମଞ୍ଚ ରାଜ୍ୟ ସମ୍ପାଦକ ଶ୍ୟାମ ସୁନ୍ଦର ଖାଡ଼ଙ୍ଗା ଓ ଜିଲା ଶାଖା ସମ୍ପାଦକ ରାଜେନ୍ଦ୍ର ପଣ୍ଡା ଶନିବାର ଏଠାରେ ଏହି ସୂଚନା ଦେଇଛନ୍ତି। ଫେବୃୟାରୀ ୧୨ରେ ମଞ୍ଚ କନଭେନଶନ୍‌ ଭୁବନେଶ୍ୱରରେ ଅନୁଷ୍ଠିତ ହେବ । ଆନ୍ଦୋଳନ ତାରିଖ ଘୋଷଣା କରାଯିବାର କୁହାଯାଇଛି।
ରାଜ୍ୟ ସମ୍ପାଦକ କହିଛନ୍ତି, କର୍ମଚାରୀ ଓ ଅବସରପ୍ରାପ୍ତ କର୍ମଚାରୀଙ୍କୁ କେନ୍ଦ୍ର ସରକାର ସମସ୍ତ ସୁବିଧା ଯୋଗାଇଛନ୍ତି। ରାଜ୍ୟ ସରକାର ମଧ୍ୟ କେନ୍ଦ୍ରୀୟ ନିଷ୍ପତ୍ତିକୁ କାର୍ଯ୍ୟକାରୀ କରାଯିବା ପ୍ରତିଶ୍ରୁତି ଦେଇ ଏଯାବତ୍‌ କାର୍ଯ୍ୟକାରୀ କରିନାହାନ୍ତି। ତେଣୁ ପେନସନଭୋଗୀ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷର ନିଅଁା ଜଳୁଛି। ବିଭିନ୍ନ ସମୟରେ ୫ମ, ଷଷ୍ଠ ଓ ସପ୍ତମ ବେତନ କମିଶନ ସୁପାରିସ ଅନୁସାରେ ସମସ୍ତ ସୁବିଧା ଦିଆଯିବାର ମଞ୍ଚ ଏବଂ ସରକାରୀ ପଦାଧିକାରୀଙ୍କ ମଧ୍ୟରେ ଲୋକସେବା ଭବନରେ ଆଲୋଚନା ହୋଇଛି। ସମାଧାନର ପ୍ରତିଶ୍ରୁତି ମଧ୍ୟ ଦିଆଯାଇଛି। ଅସଙ୍ଗତି ଦୂର କରାଯାଉ ନ ଥିବାରୁ ସମସ୍ୟା ଉପୁଜିଛି।
ଅବିଳମ୍ବେ ଅସଙ୍ଗତି ଦୂର କରାଯିବା, ଜୁଲାଇରେ କେନ୍ଦ୍ର ସରକାରୀ କର୍ମଚାରୀ ଓ ଅବସରପ୍ରାପ୍ତ କର୍ମଚାରୀଙ୍କୁ ୫% ଡିଏ ବଢ଼ାଇ ପ୍ରାପ୍ୟ ଦେଇ ସାରିଛନ୍ତି। ରାଜ୍ୟ ସରକାର ବର୍ତ୍ତମାନ ସୁଦ୍ଧା ବର୍ଦ୍ଧିତ ଡିଏ ନେଇ ଘୋଷଣା କରି ନ ଥିବାରୁ ମଞ୍ଚ ଗଞ୍ଜାମ ଶାଖା ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ କରାଯାଇଛି। ସମସ୍ତ ଦାବି ତୁରନ୍ତ ପୂରଣ ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri