Posted inଜାତୀୟ

କର୍ମସ୍ଥଳରେ ବଢ଼ୁଛି ଯୌନ ଶୋଷଣ

ମୁମ୍ବାଇ,୨୧।୬:ଦେଶରେ ‘#ମି ଟୂ’ ଆନ୍ଦୋଳନ ସତ୍ତ୍ୱେ କାର୍ଯ୍ୟସ୍ଥଳରେ ଯୌନ ଶୋଷଣ ରୋକିବା ଲାଗି ଯେଉଁ ବିଧିବ୍ୟବସ୍ଥା ରହିଛି ତାହାକୁ ନିଯୁକ୍ତିଦାତା ଅନୁସରଣ କରୁନାହାନ୍ତି ବୋଲି ୫୦ ପ୍ରତିଶତ କର୍ମଜୀବୀ ମହିଳା ମତ ଦେଇଛନ୍ତି। ନିକଟରେ କରାଯାଇଥିବା ଏକ ସର୍ବେକ୍ଷଣରୁ ଏହି ସୂଚନା ମିଳିଛି।
ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ଭାଗନେଇଥିବା ମହିଳାଙ୍କ ମଧ୍ୟରୁ ୫୦%ଙ୍କ ମତ ହେଉଛି ସେମାନଙ୍କ ନିଯୁକ୍ତିଦାତା ଏ ସଂକ୍ରାନ୍ତୀୟ ଅଭିଯୋଗର ବିଚାର ପାଇଁ ଧାର୍ଯ୍ୟ ନୀତିନିୟମକୁ ଅନୁସରଣ କରୁନାହାନ୍ତି। ୪୫ ପ୍ରତିଶତରୁ ଅଧିକ ମହିଳା କହିଥିଲେ, ସେମାନଙ୍କ ସଂସ୍ଥାର ଆଭ୍ୟନ୍ତରୀଣ ଅଭିଯୋଗ ଶୁଣାଣି କମିଟି ନୀତି ନିର୍ଦ୍ଦେଶାବଳୀ ଏବଂ ଆଇନଗତ ବ୍ୟବସ୍ଥା ସମ୍ପର୍କରେ ସମ୍ପୂର୍ଣ୍ଣ ଅବଗତ ନୁହନ୍ତି। ମହିଳାଙ୍କ ଉଦ୍ଦେଶ୍ୟରେ କ୍ୟାରିୟର ଏନହାନ୍ସମେଣ୍ଟ ଇକୋସିଷ୍ଟମ୍‌ ପାଇଁ ସହାୟତା କରୁଥିବା ସଂସ୍ଥା ‘ପିଙ୍କ୍‌ ଲ୍ୟାଡର’ ଦ୍ୱାରା କରାଯାଇଥିବା ସର୍ବେକ୍ଷଣ ରିପୋର୍ଟରୁ ଏହି ସୂଚନା ମିଳିଛି।
ଦେଶର ବେଙ୍ଗାଲୁରୁ, ମୁମ୍ବାଇ, ଚେନ୍ନାଇ ଏବଂ ଦିଲ୍ଲୀର ୮୦ଟି ସଂସ୍ଥାରେ ନିୟୋଜିତ ମହିଳା କର୍ମଜୀବୀଙ୍କ ମଧ୍ୟରୁ ୨୦୦ ମହିଳାଙ୍କୁ ନେଇ ଏକ ସର୍ବେକ୍ଷଣ ରିପୋର୍ଟ ପ୍ରସ୍ତୁତ କରାଯାଇଥିଲା। ଏହିସବୁ ସଂସ୍ଥାଗୁଡିକ ନିୟମିତ ବ୍ୟବଧାନରେ ସଚେତନତା କର୍ମଶାଳା, ବିଚାର ମଞ୍ଚ, ଆଲୋଚନା ଏବଂ ବିତର୍କ ଆଦି ମାଧ୍ୟମରେ ଯୌନ ଶୋଷଣ ଉପରେ ସଚେତନତା ସୃଷ୍ଟି କରିବା ଆବଶ୍ୟକ। ଏଥିପାଇଁ ପ୍ରଥମ ପଦକ୍ଷେପ ହେଉଛି ବର୍ତ୍ତମାନର ଆଇନ ସମ୍ପର୍କରେ ସଚେତନ ହେବା। ୫୬ ପ୍ରତିଶତ ମହିଳାଙ୍କ ମତ ହେଉଛି, ଏଇ କିଛିବର୍ଷ ହେଲା କାର୍ଯ୍ୟସ୍ଥଳରେ ଯୌନ ନିର୍ଯାତନା ଭଳି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ୫୩ ପ୍ରତିଶତ ମହିଳା କହନ୍ତି, ସେମାନଙ୍କୁ ଅଫିସରେ ଅଯଥା କମେଣ୍ଟ ମରାଯିବା ସାଙ୍ଗକୁ ଆଲିଙ୍ଗନ ଏବଂ ଥଟ୍ଟା, ମଜା କରାଯାଉଛି। ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି କାର୍ଯ୍ୟସ୍ଥଳରେ ଯୌନ ନିର୍ଯାତନା ନିରୋଧୀ ନୀତି ବିଷୟରେ ୮୦% ମହିଳା ସଚେତନ ଅଛନ୍ତି। ଅପରପକ୍ଷରେ ପାଖାପାଖି ୩୦% ମହିଳା ଆଭ୍ୟନ୍ତରୀଣ କମିଟିରେ ଅଭିଯୋଗ କରିବାକୁ ଦ୍ୱିଧାବୋଧ କରନ୍ତି। ଏଭଳି ଘଟଣାର ସମ୍ମୁଖୀନ ହେଉଥିଲେ ହେଁ ୫୩ ପ୍ରତିଶତ ମହିଳା ଭାବନ୍ତି ସେମାନେ ବର୍ତ୍ତମାନ ସଂସ୍ଥାରେ ବେଶିଦିନ ରହିବାର ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri