Posted inଜାତୀୟ

କର୍ମୀଙ୍କ ଅବଦାନକୁ ଭୁଲନାହିଁ

ନୂଆଦିଲ୍ଲୀ,୪ା୮(ପି.ଟି.): କର୍ମୀମାନେ ମାଆ ଭଳି ଦଳକୁ ବଢ଼ାଇଛନ୍ତି। ସେମାନଙ୍କ ଅବଦାନକୁ ଭୁଲନାହିଁ। ସେମାନେ କଦାପି ଅନାଦର ଅନୁଭବ କରିବା ଉଚିତ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପା ଏମ୍‌ପିମାନଙ୍କ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅବସରରେ ପରାମର୍ଶ ଦେଇଛନ୍ତି। କୌଣସି ପରିବାରର ଲିଗାସୀରୁ ନୁହେଁ ଭାଜପାର ନୀତିଆଦର୍ଶ ଓ ଚିନ୍ତାଧାରା ଏହାକୁ ବର୍ତ୍ତମାନର ସ୍ଥିତିରେ ପହଞ୍ଚାଇଥିବା ପ୍ରଧାନମନ୍ତ୍ରୀ କହିଥିଲେ। ଆପଣମାନଙ୍କୁ ଏମ୍‌ପି ଓ ମନ୍ତ୍ରୀ କରିବାରେ କର୍ମୀମାନଙ୍କ ଅବଦାନକୁ ଭୁଲିଯିବା ଉଚିତ ନୁହେଁ। ସେମାନଙ୍କ ସହ ସମ୍ପର୍କରେ ରହିବା ପାଇଁ ପାର୍ଲାମେଣ୍ଟର ଉଭୟ ସଦନର ୩୮୦ ଏମ୍‌ପିଙ୍କୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଭାଜପା ଏକ ପରିବାର ଭଳି। ଏହା ରୁଣ୍ଡୀଭୂତ ସତ୍ତା ନୁହେଁ, ଏକ ସାଂଗଠନିକ ସଂସ୍ଥା ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ତ୍ରିପୁରା ପଞ୍ଚାୟତ ନିର୍ବାଚନରେ ଦଳର ବଡ଼ ବିଜୟକୁ ନେଇ ସେ ସାଙ୍ଗଠିନକ ଶକ୍ତିର ଗୁରୁତ୍ୱ ସମ୍ପର୍କରେ ବୁଝାଇଥିଲେ। ପାର୍ଲାମେଣ୍ଟ ଭବନ ପରିସରରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ଅଭ୍ୟାସ ବର୍ଗ’କୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରି ସୂରଯ୍‌କୁଣ୍ଡ କାର୍ଯ୍ୟକ୍ରମର ଅନୁଭୂତି ସମ୍ପର୍କରେ କହିଥିଲେ। ଶିକ୍ଷାଗ୍ରହଣ ପ୍ରକ୍ରିୟା ଜାରି ରଖିବାକୁ ସେ ପରାମର୍ଶ ଦେଇଥିଲେ। ଭାଜପା ଅଧ୍ୟକ୍ଷ ଅମିତ୍‌ ଶାହ, କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡା ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ରବିବାର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ଓ ଭାଜପା ଅଧ୍ୟକ୍ଷ ଏମ୍‌ପିମାନଙ୍କୁ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri