କର୍ମୀଙ୍କ ପିଣ୍ଡାରେ ଚାଲିଛି ଅଙ୍ଗନୱାଡି

ଚମ୍ପୁଆ, ୨୯ା୧୧(ଡି.ଏନ.ଏ)- ସରକାରଙ୍କ ପକ୍ଷରୁ ପ୍ରାକ ଶିକ୍ଷା ପ୍ରଦାନ କ୍ଷେତ୍ରରେ ସମସ୍ତ ସୁବିଧା ସୁଯୋଗ ସୃଷ୍ଟି କରାଯାଇ ଅଙ୍ଗନୱାଡି ମାଧ୍ୟମରେ ଶିଶୁ ମାନଙ୍କୁ ପୁଷ୍ଟିକର ଖାଦ୍ୟ, ପୋଷାକ ପତ୍ର ଓ ପ୍ରାକ ଶିକ୍ଷା ପ୍ରଦାନ କରାଯାଉଥିବା ବେଳେ ଏହାର ବିପରୀତ ପ୍ରତିବିମ୍ବ ଦେଖିବାକୁ ମିଳିଛି। ଚମ୍ପୁଆ ଏନଏସି ଅନ୍ତର୍ଗତ ୧ ନଂ ୱାର୍ଡ ଗୋଧୂଳିଠାରେ ଥିବା ଅଙ୍ଗନୱାଡୀ କେନ୍ଦ୍ର ୨ କ୍ଷେତ୍ରରେ। ଘର ନ ଥିବାରୁ ଅଙ୍ଗନୱାଡି କର୍ମୀ ଜଣଙ୍କ ନିଜ ଘରେ ଅଙ୍ଗନୱାଡି ଚଳାଉଥିବା ବେଳେ କୋଠରୀ ଅଭାବରୁ ଶିଶୁମାନେ ବାରଣ୍ଡାରେ ବସି ପାଠ ପଢୁଥିବା ଦେଖିବାକୁ ମିଳିଛି। ଗୋଧୂଳୀ ଗ୍ରାମର ବଙ୍କାସାହି, ଢିପାସାହି ଓ ଉପରସାହିର ୨୦ଜଣ ପିଲାଙ୍କୁ ନେଇ ଅଙ୍ଗନୱାଡି ୨ ପରିଚାଳିତ ହେଉଛି। ପ୍ରଥମେ ଏହି କେନ୍ଦ୍ରଟି ମିଳିତ ଭାବେ ୧ ନଂ ଅଙ୍ଗନୱାଡି କେନ୍ଦ୍ରରେ ଚାଲୁଥିଲା। ସ୍ଥାନର ଅଭାବ ଜନିତ କାରଣରୁ ଉପୁଜିଥିବା ସମସ୍ୟାକୁ ନେଇ ଅଙ୍ଗନୱାଡି କର୍ମୀ ଜଣଙ୍କ ଏ ନେଇ ଅଫିସରେ ବାରମ୍ବାର ଅଭିଯୋଗ କରିଆସୁଥିଲେ। କିନ୍ତୁ କେହି ନ ଶୁଣିବାରୁ କେନ୍ଦ୍ରଟି କର୍ମୀଙ୍କ ଘରେ ଚାଲିଆସୁଛି। ନିର୍ମାଣ ପାଇଁ ବାରମ୍ବାର ଅଭିଯୋଗ କରାଯାଉଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇ ପାରିନାହିଁ। ଫଳରେ ସ୍ଥାନୀୟ ଅଭିଭାବକ ମାନେ ଏହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହିତ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ଅଙ୍ଗନୱାଡି ଗୃହ ନିର୍ମାଣ କରିବା ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri