କର୍ମୀଙ୍କ ପିଣ୍ଡାରେ ଚାଲିଛି ଅଙ୍ଗନୱାଡି

ଚମ୍ପୁଆ, ୨୯ା୧୧(ଡି.ଏନ.ଏ)- ସରକାରଙ୍କ ପକ୍ଷରୁ ପ୍ରାକ ଶିକ୍ଷା ପ୍ରଦାନ କ୍ଷେତ୍ରରେ ସମସ୍ତ ସୁବିଧା ସୁଯୋଗ ସୃଷ୍ଟି କରାଯାଇ ଅଙ୍ଗନୱାଡି ମାଧ୍ୟମରେ ଶିଶୁ ମାନଙ୍କୁ ପୁଷ୍ଟିକର ଖାଦ୍ୟ, ପୋଷାକ ପତ୍ର ଓ ପ୍ରାକ ଶିକ୍ଷା ପ୍ରଦାନ କରାଯାଉଥିବା ବେଳେ ଏହାର ବିପରୀତ ପ୍ରତିବିମ୍ବ ଦେଖିବାକୁ ମିଳିଛି। ଚମ୍ପୁଆ ଏନଏସି ଅନ୍ତର୍ଗତ ୧ ନଂ ୱାର୍ଡ ଗୋଧୂଳିଠାରେ ଥିବା ଅଙ୍ଗନୱାଡୀ କେନ୍ଦ୍ର ୨ କ୍ଷେତ୍ରରେ। ଘର ନ ଥିବାରୁ ଅଙ୍ଗନୱାଡି କର୍ମୀ ଜଣଙ୍କ ନିଜ ଘରେ ଅଙ୍ଗନୱାଡି ଚଳାଉଥିବା ବେଳେ କୋଠରୀ ଅଭାବରୁ ଶିଶୁମାନେ ବାରଣ୍ଡାରେ ବସି ପାଠ ପଢୁଥିବା ଦେଖିବାକୁ ମିଳିଛି। ଗୋଧୂଳୀ ଗ୍ରାମର ବଙ୍କାସାହି, ଢିପାସାହି ଓ ଉପରସାହିର ୨୦ଜଣ ପିଲାଙ୍କୁ ନେଇ ଅଙ୍ଗନୱାଡି ୨ ପରିଚାଳିତ ହେଉଛି। ପ୍ରଥମେ ଏହି କେନ୍ଦ୍ରଟି ମିଳିତ ଭାବେ ୧ ନଂ ଅଙ୍ଗନୱାଡି କେନ୍ଦ୍ରରେ ଚାଲୁଥିଲା। ସ୍ଥାନର ଅଭାବ ଜନିତ କାରଣରୁ ଉପୁଜିଥିବା ସମସ୍ୟାକୁ ନେଇ ଅଙ୍ଗନୱାଡି କର୍ମୀ ଜଣଙ୍କ ଏ ନେଇ ଅଫିସରେ ବାରମ୍ବାର ଅଭିଯୋଗ କରିଆସୁଥିଲେ। କିନ୍ତୁ କେହି ନ ଶୁଣିବାରୁ କେନ୍ଦ୍ରଟି କର୍ମୀଙ୍କ ଘରେ ଚାଲିଆସୁଛି। ନିର୍ମାଣ ପାଇଁ ବାରମ୍ବାର ଅଭିଯୋଗ କରାଯାଉଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇ ପାରିନାହିଁ। ଫଳରେ ସ୍ଥାନୀୟ ଅଭିଭାବକ ମାନେ ଏହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହିତ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ଅଙ୍ଗନୱାଡି ଗୃହ ନିର୍ମାଣ କରିବା ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?