କର୍ମୀଙ୍କ ପିଣ୍ଡାରେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର

ଚମ୍ପୁଆ, ୨୯ା୧୧(ଡି.ଏନ.ଏ.)- ସରକାରଙ୍କ ପକ୍ଷରୁ ଅଙ୍ଗନୱାଡି କେନ୍ଦ୍ର ମାଧ୍ୟମରେ ଶିଶୁଙ୍କୁ ପୁଷ୍ଟିକର ଖାଦ୍ୟ, ପୋଷାକପତ୍ର ଯୋଗାଣ ସହ ପ୍ରାକ୍‌ ଶିକ୍ଷା ପ୍ରଦାନ କରାଯାଉଛି। ହେଲେ କେନ୍ଦୁଝର ଜିଲା ଚମ୍ପୁଆ ଅଞ୍ଚଳରେ ଆବଶ୍ୟକ ଭିତ୍ତିଭୂମି ଅଭାବରୁ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି। ଚମ୍ପୁଆ ଏନଏସି ଅନ୍ତର୍ଗତ ୧ ନଂ ୱାର୍ଡ ଗୋଧୂଳିଠାରେ ଥିବା ଅଙ୍ଗନୱାଡି କେନ୍ଦ୍ରର ସ୍ଥାୟୀ ଘର ନ ଥିବାରୁ ଅଙ୍ଗନୱାଡି କର୍ମୀ ନିଜ ଘର ବାରଣ୍ଡାରେ ଏହାକୁ ଚଳାଉଛନ୍ତି। କୋଠରି ଅଭାବରୁ ଶିଶୁମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ଗୋଧୂଳି ଗ୍ରାମର ବଙ୍କାସାହି, ଢିପାସାହି ଓ ଉପରସାହିର ୨୦ଜଣ ପିଲାଙ୍କୁ ନେଇ ଏହି ଅଙ୍ଗନୱାଡି- ୨ କେନ୍ଦ୍ର ପରିଚାଳିତ ହେଉଛି। ପ୍ରଥମେ ଏହି କେନ୍ଦ୍ର ମିଳିତ ଭାବେ ୧ ନଂ .ଅଙ୍ଗନୱାଡି କେନ୍ଦ୍ରରେ ଚାଲୁଥିଲା। ସ୍ଥାନାଭାବ କାରଣରୁ ଅଙ୍ଗନୱାଡି କେନ୍ଦ୍ର ଅଲଗା ହେବା ପରେ କର୍ମୀ ଓ ଗ୍ରାମବାସୀ ଏ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନାହିଁ ା ସ୍ଥାନୀୟ ଅଭିଭାବକମାନେ ଏ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri