କର୍ଲାମୁଣ୍ଡା ବ୍ଲକ: ଲଗାଣ ବର୍ଷାରେ ବ୍ୟାପକ କ୍ଷୟକ୍ଷତି

କର୍ଲାମୁଣ୍ଡା,୯।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଙ୍ଗଳବାର ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ଲଗାଣ ବର୍ଷା ହୋଇଛି। ଏଥିଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି । ବୁଧବାର ୮୭ ମି.ମି. ବର୍ଷା ରେକର୍ଡ ହୋଇଥିବା ବେଳେ ଗୁରୁବାର ସକାଳ ସୁଦ୍ଧା ୩୦୯.୨ ମି.ମି. ବର୍ଷା ହୋଇଥିବା ବ୍ଲକ ସୂତ୍ରରୁ ଜଣାପଡିଛି । ଲଗାଣ ବର୍ଷା ଯୋଗୁ ରିଞ୍ଜା ସରବରା ଯୋର ବ୍ରିଜ ଗୋଟିଏ ପଟେ ଛାତ ଭୁଶୁଡି ପଡିଛି। ସେହିପରି କର୍ଲାମୁଣ୍ଡା ପିଡବ୍ଲ୍ୟୁଡି ରାସ୍ତାରେ ମଧ୍ୟ ଘାଇ ସୃଷ୍ଟି ହୋଇଛି । ଅନ୍ୟପଟେ ବ୍ଲକର ସ-ମାଲପଡାର ମାଲପଡା ଗାଁର ଅମରେନ୍ଦ୍ର ସାହୁଙ୍କ ଘର ଭୁଶୁଡି ପଡ଼ିଛି। ପୁଟିଗାଁର ବୀର କୁମାର, କ୍ଷୁର ସାଗର ଦଣ୍ଡସେନା, ରିଞ୍ଜା ଗ୍ରାମର କଳାକାହାନୁ ସାହୁ ଓ ପୁଟିଗାଁର ଭୈରବ ଦଣ୍ଡସେନାଙ୍କ ଘର ଭାଙ୍ଗିଥିବା ଜଣାପଡିଛି । ଗତ ରାତିରେ ରିଞ୍ଜା, ରେଙ୍ଗାଲି, ଦେଓଗାଁ, ଏକାତରା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଥିବା ବେଳେ ବର୍ତ୍ତମାନ ପରିସ୍ଥିତି ସ୍ବଭାବିକ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri