କର୍ଲାମୁଣ୍ଡା ବ୍ଲକ: ୬ କେନ୍ଦ୍ରରେ ମାଟ୍ରିକ୍‌ ପରୀକ୍ଷା ଦେବେ ୧୨୪୧ ଛାତ୍ରୀଛାତ୍ର

କର୍ଲାମୁଣ୍ଡା,୧୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୩ଟି ହାଇସ୍କୁଲରୁ ୧୨୪୧ ଛାତ୍ରୀଛାତ୍ର ୬ ପରୀକ୍ଷା କେନ୍ଦ୍ରରେ ମାଟ୍ରିକ୍‌ ପରୀକ୍ଷା ଦେବେ। ତେବେ ରିଷିଡା ସରକାରୀ ବାପୁଜୀ ଉଚ୍ଚ ବିଦ୍ୟାଳୟ ମାଟ୍ରିକ ପରୀକ୍ଷାକେନ୍ଦ୍ରରେ ସର୍ବାଧିକ ୨୭୧ ଜଣ ପରିକ୍ଷାର୍ଥୀ ପରୀକ୍ଷା ଦେବାକୁ ଥିବା ବେଳେ ଏଥିରେ ଗଜବାହାଲ ହାଇସ୍କୁଲ, ରିଷିଡା ସରକାରୀ ହାଇସ୍କୁଲ ଓ ଗୋଚ୍ଛାଡେଙ୍ଗେନ ହାଇସ୍କୁଲର ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ।
ସେହିପରି ରିଷିଡା ସରକାରୀ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ କର୍ଲାମୁଣ୍ଡା ପଞ୍ଚାୟତ ସମିତି ହାଇସ୍କୁଲ ଓ ବାଞ୍ଜିପଦର ସରକାରୀ ହାଇସ୍କୁଲର ୧୬୧ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। କର୍ଲାମୁଣ୍ଡା ପଞ୍ଚାୟତ ସମିତି ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ରିଷିଡା ବାପୁଜୀ ହାଇସ୍କୁଲ, ରିଷିଡା ସରକାରୀ ହାଇସ୍କୁଲ, ରିଞ୍ଜା ଗ୍ରାମପଞ୍ଚାୟତ ହାଇସ୍କୁଲ ଓ ସର୍ଗୁଲ ମାଲପଡା ସରକାରୀ ହାଇସ୍କୁଲର ୨୪୪ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ତେରେସିଂହା ସରକାରୀ ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ଭଟାପଲା ହାଇସ୍କୁଲ ଓ କେସିଙ୍ଗା ବ୍ଲକ ବେଲଖଣ୍ଡି ହାଇସ୍କୁଲର ୨୦୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଥିବା ବେଳେ ଯୋରାଡବ୍ରା ହାଇସ୍କୁଲରେ ରେଗଡା ହାଇସ୍କୁଲ, ସାପଲହରା ହାଇସ୍କୁଲ ଓ ମୁଡିଙ୍ଗ ହାଇସ୍କୁଲର ୨୪୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଗଜବାହାଲ ପୁରୁଷୋତ୍ତମ ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ପୌରକେଲା ହାଇସ୍କୁଲ ଓ ଅଲାତରା ହାଇସ୍କୁଲର ୧୧୪ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ତେବେ କର୍ଲାମୁଣ୍ଡା ପଞ୍ଚାୟତ ସମିତି ହାଇସ୍କୁଲ ଓ ଯୋରାଡବ୍ରା ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ସିସିଟିଭି ସଂଲଗ୍ନ କରାଯାଇଛି। ପରୀକ୍ଷା ବ୍ୟବସ୍ଥାକୁ ସୁଚାର ରୂପେ ସମ୍ପାଦନ କରିବାକୁ ଯଥେଷ୍ଟ ପଦକ୍ଷେପ ନିଆଯାଇଥିବା ବିଇଓ ଆଲୁମାଲୁ ଭୀମରାଜ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri