କର୍‌ତାରପୁର କରିଡର ଉଦ୍‌ଘାଟନ ଉତ୍ସବ:ମନମୋହନଙ୍କୁ ଇମ୍ରାନ୍‌ଙ୍କ ନିମନ୍ତ୍ରଣ

ଇସ୍‌ଲାମାବାଦ,୧୧-୧୦:ନଭେମ୍ବରରେ ହେବାକୁ ଥିବା କର୍‌ତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ଯୋଗଦେବା ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ପାକିସ୍ତାନ ନିମନ୍ତ୍ରଣ କରିଛି।
ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ମହମ୍ମଦ ଫୈଜାଲ ଗୁରୁବାର କହିଛନ୍ତି, ନଭେମ୍ବର ୨ରେ କର୍‌ତାରପୁର କରିଡର୍‌ ଉଦ୍‌ଘାଟନ ହେବା ପାଇଁ ସ୍ଥିର ହୋଇଥିଲା। ନିର୍ଦ୍ଧାରିତ ସମୟରେ ଏହା କରାଯିବ। ତେବେ ଏନେଇ କିଛି ସ୍ପଷ୍ଟ ହୋଇନାହିଁ। ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ଆନୁଷ୍ଠାନିକ ଭାବେ ମନମୋହନ ସିଂଙ୍କୁ କର୍‌ତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। ପ୍ରକାଶ ଯେ, ଶିଖ୍‌ଧର୍ମର ପ୍ରତିଷ୍ଠାତା ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ପାଳନ ଅବସରରେ ନିର୍ମାଣାଧୀନ ଏହି କରିଡର ପଞ୍ଜାବର ଗୁର୍‌ଦାସପୁର ଜିଲା ଡେରା ବାବା ନାନକ ପୀଠ ସହ ପାକିସ୍ତାନର କର୍‌ତାରପୁରସ୍ଥିତ ଦରବାର ସାହିବକୁ ଯୋଡ଼ିବ। ସେଠାକୁ ଶିଖ୍‌ ଶ୍ରଦ୍ଧାଳୁମାନଙ୍କୁ ଭିଜାମୁକ୍ତ ଯାତ୍ରା ଅନୁମତି ଦେବା ପାଇଁ ପାକିସ୍ତାନ ରାଜି ହୋଇଛି। ପାକିସ୍ତାନ ପକ୍ଷରୁ ନିମନ୍ତ୍ରଣ ମିଳିନାହିଁ ଏବଂ ମନମୋହନ ସିଂ ଉଦ୍‌ଘାଟନ ଉତ୍ସବରେ ଯୋଗଦେଇ ନ ପାରନ୍ତି ବୋଲି ପୂର୍ବରୁ ତାଙ୍କ ଅଫିସ ପକ୍ଷରୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri