କଲବଲ କରୁଛି କୁହୁଡ଼ି, ୨୨ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯।୧(ବ୍ୟୁରୋ)- ସାରା ଓଡ଼ିଶାରେ କଲବଲ କରୁଛି କୁହୁଡ଼ି। ଘନ କୁହୁଡ଼ି ସହ ପ୍ରବଳ ଶୀତ ସାଧାରଣ ଜୀବନ ଯାତ୍ରାକୁ ପ୍ରଭାବିତ କରିଥିବାବେଳେ ଗାଡ଼ିମୋଟର ପାଇଁ କାଳ ସାଜିଛି। ଇତିମଧ୍ୟରେ କୁହୁଡ଼ି ଯୋଗୁ ଦୁର୍ଘଟଣା ଘଟି ବହୁ ଜୀବନ ଯାଇଛି। ତେବେ ଆଉ କିଛିଦିନ ଘନ କୁହୁଡ଼ି ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଶନିବାର ଶୀତର ପ୍ରକୋପ କମ୍‌ ରହିଥିଲା। ତାଳଚେରର ସର୍ବନିମ୍ନ ତାପମାତ୍ରା ୯.୮ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ରାଜ୍ୟର ଅନ୍ୟ ଅଞ୍ଚଳରେ ପୂର୍ବଦିନଠାରୁ ଅପେକ୍ଷାକୃତ ଅଧିକ ଥିଲା। ଆସନ୍ତା ୨୨ ତାରିଖରେ ପୁଣି ବର୍ଷା ହେବା ସମ୍ଭାବନା ରହିଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଓ ଅନୁଗୋଳ ଆଦି ୫ ଜିଲାରେ ବର୍ଷା ସହ ଝଡ଼ ତୋଫାନ ଏବଂ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ଆଶଙ୍କା ରହିଛି। ତେଣୁ ବଜ୍ରପାତ ନେଇ ଉକ୍ତ ଦୁଇ ଜିଲାକୁ ପାଣିପାଗ କେନ୍ଦ୍ର ସତର୍କ କରାଇବା ସହ ୟେଲୋ ଓ୍ବାର୍ନିଂ ଜାରି କରିଛି। ବର୍ଷା ପରେ ଶୀତ ବଢ଼ିପାରେ ବୋଲି ଅନୁମାନ କରାଯାଉଛି।

ମିଳିଥିବା ସୂଚନାନୁସାରେ, ଶନିବାର ଅନୁଗୋଳ, ଢେଙ୍କାନାଳ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ସୁନ୍ଦରଗଡ଼ ଜିଲାରେ କୁହୁଡ଼ି ଦେଖାଯାଇଥିଲା। ଆସନ୍ତା ୪ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ। ଏଥିପାଇଁ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି। ରବିବାର ପାଇଁ ଖୋର୍ଦ୍ଧା, ପୁରୀ, ଭଦ୍ରକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ୯ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ସୋମବାର ବଲାଙ୍ଗୀର, କଳାହାଣ୍ଡି, ଅନୁଗୋଳ, ବୌଦ୍ଧ, କନ୍ଧମାଳ ଓ କୋରାପୁଟ, ମଙ୍ଗଳବାର ଅନୁଗୋଳ, ଢେଙ୍କାନାଳ, ଭଦ୍ରକ, କୋରାପୁଟ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ଯାଜପୁର, ନୟାଗଡ଼, ଗଞ୍ଜାମ, କନ୍ଧମାଳ ଓ ସୁନ୍ଦରଗଡ଼ ଏବଂ ବୁଧବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୋଳ, ଢେଙ୍କାନାଳ ଓ କନ୍ଧମାଳ ଆଦି ୫ ଜିଲାରେ ଘନ କୁହୁଡ଼ି ପାଇଁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।


Enter your email to get our daily news in your inbox.

All Right Reserved By Dharitri.Com

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri