କଲଭର୍ଟରେ ଗର୍ତ୍ତ: ୨ ମାସରେ ୩୪ ଦୁର୍ଘଟଣା

ରଣପୁର,୨୦ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଏନ୍‌ଏସିର ୧୩ନଂ. ୱାର୍ଡ ରଘୁନାଥପୁର ଗଁା ମୁଣ୍ଡରେ ଥିବା କଲଭର୍ଟରେ ଗର୍ତ୍ତ ସୃଷ୍ଟି ହୋଇ ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି। ଗତ ୨ମାସ ମଧ୍ୟରେ ଏଠାରେ ୩୪ଟି ଦୁର୍ଘଟଣା ଘଟିସାରିଲାଣି। ସେହିପରି ୧୨ ଗୃହପାଳିତ ପ୍ରାଣୀ ଗର୍ତ୍ତ ଭିତରେ ଗୋଡ ଖସି ଲାଗିରହିଥିବା ନଜିର ରହିଛି। ଉକ୍ତ ରାସ୍ତା ଦେଇ ରଣପୁର ବ୍ଲକକୁ ପ୍ରତିଦିନ ଲୋକ ଯାଉଛନ୍ତି। ପୁଣି ମାର୍ଥାପଦର, ଆରଡା, କଣ୍ଡରାସିଂ, ପାମ୍ପଡା, ନୂଆଗଁା ଲୋକଙ୍କର ଏହା ଯାତାୟାତ ରାସ୍ତା । ଏହି ରାସ୍ତାରେ ଭାରିଯାନ ମଧ୍ୟ ଯା’ଆସ କରୁଛି। ଏପରିସ୍ଥଳେ ୨ମାସ ହେଲା କଲଭର୍ଟରେ ଗର୍ତ୍ତ ହୋଇଥିଲେ ମଧ୍ୟ ଏହାର ମରାମତି କରାଯାଉନି କି ନୂଆ ନିର୍ମାଣ କରାଯାଉନି। କଲଭର୍ଟ ଭାଙ୍ଗିବା ସମ୍ପର୍କରେ ସ୍ଥାନୀୟ ବାସିନ୍ଦା ଏନ୍‌ଏସି ନିର୍ବାହୀ ଅଧିକାରୀ ଓ ଜିଲାପାଳଙ୍କୁ ଅବଗତ କରିଥିଲେ ମଧ୍ୟ ସୁଫଳ ମିଳିନି । ଏ ନେଇ ରଘୁନାଥପୁର ଗଁାର ରଞ୍ଜନ ଦଳବେହେରା, ମାନସ ସାହୁ କୁହନ୍ତି, କଲଭର୍ଟରେ ଗର୍ତ୍ତ ଓ ଦୁର୍ଘଟଣା ସମ୍ପର୍କରେ ପ୍ରଶାସନକୁ ଅବଗତ ପରେ ପଦକ୍ଷେପ ନାହିଁ । ତୁରନ୍ତ ନୂଆ କଲଭର୍ଟ ନିର୍ମାଣ କରା ନ ଗଲେ ଆନ୍ଦୋଳନ କରାଯିବ ବୋଲି ନିଷ୍ପତ୍ତି ହୋଇଛି । ଏ ସମ୍ପର୍କରେ ରଣପୁର ଏନ୍‌ଏସି ନିର୍ବାହୀ ଅଧିକାରୀ ଅର୍ଚ୍ଚନା ନାଏକ କୁନ୍ତେି, କଲଭର୍ଟରେ ଗର୍ତ୍ତ ସମ୍ପର୍କରେ ଅବଗତ ନ ଥିଲେ। କ’ଣ କରାଗଲେ ଲୋକ ଉପକୃତ ହେବେ ସେ ନେଇ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri