କଲଭର୍ଟରେ ଗର୍ତ୍ତ: ୨ ମାସରେ ୩୪ ଦୁର୍ଘଟଣା

ରଣପୁର,୨୦ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଏନ୍‌ଏସିର ୧୩ନଂ. ୱାର୍ଡ ରଘୁନାଥପୁର ଗଁା ମୁଣ୍ଡରେ ଥିବା କଲଭର୍ଟରେ ଗର୍ତ୍ତ ସୃଷ୍ଟି ହୋଇ ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି। ଗତ ୨ମାସ ମଧ୍ୟରେ ଏଠାରେ ୩୪ଟି ଦୁର୍ଘଟଣା ଘଟିସାରିଲାଣି। ସେହିପରି ୧୨ ଗୃହପାଳିତ ପ୍ରାଣୀ ଗର୍ତ୍ତ ଭିତରେ ଗୋଡ ଖସି ଲାଗିରହିଥିବା ନଜିର ରହିଛି। ଉକ୍ତ ରାସ୍ତା ଦେଇ ରଣପୁର ବ୍ଲକକୁ ପ୍ରତିଦିନ ଲୋକ ଯାଉଛନ୍ତି। ପୁଣି ମାର୍ଥାପଦର, ଆରଡା, କଣ୍ଡରାସିଂ, ପାମ୍ପଡା, ନୂଆଗଁା ଲୋକଙ୍କର ଏହା ଯାତାୟାତ ରାସ୍ତା । ଏହି ରାସ୍ତାରେ ଭାରିଯାନ ମଧ୍ୟ ଯା’ଆସ କରୁଛି। ଏପରିସ୍ଥଳେ ୨ମାସ ହେଲା କଲଭର୍ଟରେ ଗର୍ତ୍ତ ହୋଇଥିଲେ ମଧ୍ୟ ଏହାର ମରାମତି କରାଯାଉନି କି ନୂଆ ନିର୍ମାଣ କରାଯାଉନି। କଲଭର୍ଟ ଭାଙ୍ଗିବା ସମ୍ପର୍କରେ ସ୍ଥାନୀୟ ବାସିନ୍ଦା ଏନ୍‌ଏସି ନିର୍ବାହୀ ଅଧିକାରୀ ଓ ଜିଲାପାଳଙ୍କୁ ଅବଗତ କରିଥିଲେ ମଧ୍ୟ ସୁଫଳ ମିଳିନି । ଏ ନେଇ ରଘୁନାଥପୁର ଗଁାର ରଞ୍ଜନ ଦଳବେହେରା, ମାନସ ସାହୁ କୁହନ୍ତି, କଲଭର୍ଟରେ ଗର୍ତ୍ତ ଓ ଦୁର୍ଘଟଣା ସମ୍ପର୍କରେ ପ୍ରଶାସନକୁ ଅବଗତ ପରେ ପଦକ୍ଷେପ ନାହିଁ । ତୁରନ୍ତ ନୂଆ କଲଭର୍ଟ ନିର୍ମାଣ କରା ନ ଗଲେ ଆନ୍ଦୋଳନ କରାଯିବ ବୋଲି ନିଷ୍ପତ୍ତି ହୋଇଛି । ଏ ସମ୍ପର୍କରେ ରଣପୁର ଏନ୍‌ଏସି ନିର୍ବାହୀ ଅଧିକାରୀ ଅର୍ଚ୍ଚନା ନାଏକ କୁନ୍ତେି, କଲଭର୍ଟରେ ଗର୍ତ୍ତ ସମ୍ପର୍କରେ ଅବଗତ ନ ଥିଲେ। କ’ଣ କରାଗଲେ ଲୋକ ଉପକୃତ ହେବେ ସେ ନେଇ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri