କଲମପୁର ବ୍ଲକରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

କଲମପୁର,୩୧।୮(ଡି.ଏନ.ଏ.)
କଳାହାଣ୍ଡି ଜିଲା କଲମପୁର ବ୍ଲକ ପରିସରରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । କଲମପୁର ବିଡିଓ ହେମ ସାଗର ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ ପଞ୍ଚାୟତରୁ ବହୁ ଭିନ୍ନକ୍ଷମ ଉପସ୍ଥିତ ଥିଲେ। ଅନଲାଇନ ମାଧ୍ୟମରେ ୩୭୩ ଜଣ ଭିନ୍ନକ୍ଷମ ଫର୍ମ ଆବେଦନ କରିଥିଲେ । ୧୨୭ ଜଣଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା। ୯୦ ଜଣ ହିତାଧିକାରୀ ନୂତନ ଭବେ ଅନଲାଇନ କରିଥିବା ବେଳେ ବସ ଏବଂ ଟ୍ରେନ ପାସ୍‌ ପାଇଁ ୨୭ ଜଣ ଆବେଦନ କରିଥିଲେ । ପେନସନ ପାଇଁ ୧୦ ଜଣ ଆବେଦନ କରିଥିଲେ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୨୯ ଜଣ ଏବଂ କର୍ମନିଯୁକ୍ତି ଆବେଦନ ପାଇଁ ୨୫ ଜଣ ଆବେଦନ କରିଛନ୍ତି । କାର୍ଯ୍ୟକ୍ରମରେ ମଣ୍ଡଳ ଗ୍ରାମ ପଞ୍ଚାୟତ ଲାଟିଗାଁର ରାଜ ଝାଙ୍କରକୁ ଗୋଟିଏ ହ୍ୟୁଲ ଚେୟାର ପ୍ରଦାନ କରାଯାଇଥିଲା । ଏହି ଶିବିରରେ ଜିଲା ଚିକିତ୍ସାଳୟରୁ ବହୁ ବିଭାଗୀୟ ଡାକ୍ତର ଉପସ୍ଥିତ ରହି ଭିନ୍ନକ୍ଷମମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ । ଅନୁଷ୍ଠିତ କାର୍ଯ୍ୟକ୍ରମରେ ଡା. ଏସକେ ପାଢ଼ୀ, ନିବେଦିତା ସାହୁ, ପିକେ ପଟ୍ଟନାୟକ, ପିକେ ପଣ୍ଡା, ବାଦଲ କୁମାର ପଟ୍ଟନାୟକ, ରମେଶ ଜେନା, ନିବାସ ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ। ଭୀମଭୋଇ ସାମର୍ଥ୍ୟ ଶିବିରରେ କଲମପୁର ବ୍ଲକ ସିଡିପିଓ ନିୟତିବାଲା ସୁରେନ, ଗ୍ରାମପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ କରୁଣାକର ବାଗ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଲକ୍ଷ୍ମଣ ହରିଜନ, ବରିଷ୍ଠ ରାଜସ୍ବ ସହାୟକ ଭ୍ରୁଷବ ନାଏକ, କନିଷ୍ଠ ସହାୟକ ରବୀନ୍ଦ୍ର ବେହେରା, ଶିକ୍ଷକ ବିନୋଦ ପଟ୍ଟନାୟକ, ଶିକ୍ଷକ ସୁବ୍ରତ ବେହେରା, ପ୍ରୋଗ୍ରାମ ସହାୟକ ପୂର୍ଣ୍ଣଚନ୍ଦ୍ର ମାଝି, ଅଫିସର ନାୟକ, ରାଜେନ୍ଦ୍ର ରାଉତ, ଜଗନ୍ନାଥ ନାଏକ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri