କଲରାପତରିଆ ବାଘ ଚମଡ଼ା ଜବତ, ବାବା ଗିରଫ

ପରଜଙ୍ଗ,୨୪।୫(ଡି.ଏନ.ଏ.) : ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅଧୀନ କୁଲେଇସ୍ଥିତ ବାବା ତାଳେଶ୍ୱର ଶିବମନ୍ଦିରରୁ ଗୁରୁବାର ବନ ବିଭାଗ ଏକ କଲରାପତିରିଆ ବାଘ ଚମଡ଼ା ଜବତ କରିଛି। ଏହି ଘଟଣାରେ ହନୁମାନପଡ଼ା ଗ୍ରାମର ବାବା ପ୍ରୀତିରଞ୍ଜନ ଲେଙ୍କା ଗିରଫ ହୋଇଛନ୍ତି। ସୂଚନାଯୋଗ୍ୟ, ପ୍ରୀତିରଞ୍ଜନ ଗୁରୁବାର ମନ୍ଦିର ଭିତରେ ବାଘଛାଲ ଉପରେ ବସି ପୂଜାର୍ଚ୍ଚନା କରୁଥିଲେ। ଜଣେ ମହିଳା ପୂଜା କରିବାକୁ ଯାଇଥିବାବେଳେ ଏହା ଦେଖି ବନ ବିଭାଗକୁ ସୂଚନା ଦେଇଥିଲେ। ରେଞ୍ଜର ହରମୋହନ ନାୟକ, ଫରେଷ୍ଟର ବିଶ୍ୱନାଥ ସୋରେନ୍‌ ସଦଳବଳ ପହଞ୍ଚତ୍ ବାଘଛାଲ ଜବତ କରିବା ସହ ପ୍ରୀତିରଞ୍ଜନଙ୍କୁ ଗିରଫ କରିଛନ୍ତି। ଅଭିଯୁକ୍ତଙ୍କୁ ଡିଏଫ୍‌ଓଙ୍କୁ କାର୍ଯ୍ୟାଳୟକୁ ନିଆଯାଇ ପଚରାଉଚୁରା କରାଯାଇଥିଲା। ତାଙ୍କ କହିବା କଥା, ଉକ୍ତ ବାଘ ଚମଡ଼ା ତାଙ୍କର ଜଣେ ସମ୍ପର୍କୀୟ ଦେଇଛନ୍ତି। ଏହା ଉପରେ ବସି ପୂଜାର୍ଚ୍ଚନା କଲେ ମନସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ସେ କହିଛନ୍ତି।
ବନ୍ୟଜନ୍ତୁ ସୁରକ୍ଷା ଆଇନ ଅନୁଯାୟୀ ବାଘ ଚମଡ଼ା ରଖିବା ବେଆଇନ। ଶୁକ୍ରବାର ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯିବ। ଏଥିରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରେଞ୍ଜର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri