କଲରାପତରିଆ ବାଘ ଚମଡ଼ା ଜବତ, ବାବା ଗିରଫ

ପରଜଙ୍ଗ,୨୪।୫(ଡି.ଏନ.ଏ.) : ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅଧୀନ କୁଲେଇସ୍ଥିତ ବାବା ତାଳେଶ୍ୱର ଶିବମନ୍ଦିରରୁ ଗୁରୁବାର ବନ ବିଭାଗ ଏକ କଲରାପତିରିଆ ବାଘ ଚମଡ଼ା ଜବତ କରିଛି। ଏହି ଘଟଣାରେ ହନୁମାନପଡ଼ା ଗ୍ରାମର ବାବା ପ୍ରୀତିରଞ୍ଜନ ଲେଙ୍କା ଗିରଫ ହୋଇଛନ୍ତି। ସୂଚନାଯୋଗ୍ୟ, ପ୍ରୀତିରଞ୍ଜନ ଗୁରୁବାର ମନ୍ଦିର ଭିତରେ ବାଘଛାଲ ଉପରେ ବସି ପୂଜାର୍ଚ୍ଚନା କରୁଥିଲେ। ଜଣେ ମହିଳା ପୂଜା କରିବାକୁ ଯାଇଥିବାବେଳେ ଏହା ଦେଖି ବନ ବିଭାଗକୁ ସୂଚନା ଦେଇଥିଲେ। ରେଞ୍ଜର ହରମୋହନ ନାୟକ, ଫରେଷ୍ଟର ବିଶ୍ୱନାଥ ସୋରେନ୍‌ ସଦଳବଳ ପହଞ୍ଚତ୍ ବାଘଛାଲ ଜବତ କରିବା ସହ ପ୍ରୀତିରଞ୍ଜନଙ୍କୁ ଗିରଫ କରିଛନ୍ତି। ଅଭିଯୁକ୍ତଙ୍କୁ ଡିଏଫ୍‌ଓଙ୍କୁ କାର୍ଯ୍ୟାଳୟକୁ ନିଆଯାଇ ପଚରାଉଚୁରା କରାଯାଇଥିଲା। ତାଙ୍କ କହିବା କଥା, ଉକ୍ତ ବାଘ ଚମଡ଼ା ତାଙ୍କର ଜଣେ ସମ୍ପର୍କୀୟ ଦେଇଛନ୍ତି। ଏହା ଉପରେ ବସି ପୂଜାର୍ଚ୍ଚନା କଲେ ମନସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ସେ କହିଛନ୍ତି।
ବନ୍ୟଜନ୍ତୁ ସୁରକ୍ଷା ଆଇନ ଅନୁଯାୟୀ ବାଘ ଚମଡ଼ା ରଖିବା ବେଆଇନ। ଶୁକ୍ରବାର ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯିବ। ଏଥିରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରେଞ୍ଜର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri