କଲେଜରେ ୭ ଘଣ୍ଟା କାର୍ଯ୍ୟ କରିବା ନିୟମକୁ ଅଧ୍ୟାପକଙ୍କ ପରୋକ୍ଷ ବିରୋଧ: ପ୍ରଥମେ ଭିତ୍ତିଭୂମି ସଜାଡ଼, ପରେ ନିୟମ କଲେ ଦ୍ୱିଧା ନାହିଁ

ଭୁବନେଶ୍ୱର,୮।୭(ବ୍ୟୁରୋ): ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜର ନିୟମିତ ଅଧ୍ୟାପକମାନେ କଲେଜରେ ଛଅ ଘଣ୍ଟା ବଦଳରେ ୭ଘଣ୍ଟା ରହିବା ପାଇଁ ବିଜ୍ଞପ୍ତି ପ୍ରକାଶ କରାଯିବା ପରେ ଏହାର ପ୍ରତିବାଦ କରିଛନ୍ତି ଅଧ୍ୟାପକ। ଅଧ୍ୟାପକ ସଂଗଠନଗୁଡ଼ିକ ସର୍ତ୍ତ ଓ ସମୟସୀମା କଣ୍ଟ ରଖି ପରୋକ୍ଷରେ ନିୟମ ମାନିବେ ନାହିଁ ବୋଲି କହିଛନ୍ତି। ସରକାର ପ୍ରଥମେ ସେମାନଙ୍କର ଦାବି ପୂରଣ କରନ୍ତୁ। ସମାନ କାମକୁ ସମାନ ଦରମା ଦିଅନ୍ତୁ। କଲେଜଗୁଡ଼ିକର ଭିତ୍ତିଭୂମି ସଜାଡ଼ନ୍ତୁ। ତା’ ପରେ କଡ଼ା ନିୟମ କଲେ, ପାଳନ କରିବାକୁ ଦ୍ୱିଧା ନାହିଁ ବୋଲି ସେମାନେ ଶୁଣାଇ ଦେଇଛନ୍ତି।

ପ୍ରକାଶଯୋଗ୍ୟ, ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜଗୁଡ଼ିକର ଅଧ୍ୟାପକମାନେ ପ୍ରତି କାର୍ଯ୍ୟ ଦିବସରେ ୭ ଘଣ୍ଟା କାର୍ଯ୍ୟ କରିବେ। ଶିକ୍ଷାଦାନ ବ୍ୟତୀତ ଲାଇବ୍ରେରିରେ ସମୟ କାଟିବେ। ଗବେଷଣା କାର୍ଯ୍ୟରେ ମନୋନିବେଶ କରିବେ। ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଅନୁଯାୟୀ ଅତିରିକ୍ତ କ୍ଲାସ କରିବେ ବୋଲି ଗତ ୫ ତାରିଖରେ ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ର ବିଜ୍ଞପ୍ତି ପ୍ରକାଶ କରିଥିଲେ। ଏହାକୁ ନେଇ ଅଧ୍ୟାପକମାନେ କଡ଼ା ପ୍ରତିବାଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri