କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ । ଗତ ୧୭ ତାରିଖ ପୁର୍ବାହ୍ନ ପ୍ରାୟ ୧୦ ଟାରେ ଘରୁ କଲେଜକୁ ଯାଇଥିଲେ । ସନ୍ଧ୍ୟା ସୁଦ୍ଧା ସେ ଘରକୁ ଫେରିନଥିଲେ । ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କ ସନ୍ଧାନ ମିଳିନଥିଲା।

ଘଟଣାର ଚାରିଦିନ ପରେ ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ସାହାସପୁର ଗ୍ରାମର ଇ. ଚେରୁ ଛାତ୍ରୀଙ୍କ ବାପାଙ୍କୁ ଫୋନ କରି ମୁଁ ତୁମ ଝିଅକୁ ନେଇ ଆସିଛି । ତୁମେ ଯଦି ଥାନାରେ ରିପୋର୍ଟ କରିବ ତୁମ ଝିଅକୁ ହତ୍ୟା କରିଦେବି କହି ଧମକ ଦେଇଥିବା ନେଇ ପରିବାର ପକ୍ଷରୁ କୁହାଯାଇଛି ।

ଛାତ୍ରୀଙ୍କ ବାପା ଦିଗପହଣ୍ଡି ଥାନାରେ ପହଞ୍ଚି ଏନେଇ ଏତଲା ଦେଇଥିଲେ । ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ମାମଲା ନଂ.୧୨୫/୨୬ ଭାରତୀୟ ଆଇନ ସଂହିତା ର ଧାରା – ୧୩୭(୨)/୩୫୧(୪)  ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଛନ୍ତି । ତଦନ୍ତକାରୀ ଅଧିକାରୀ ଏସ.ଆଇ ରାଜ କିଶୋର ପାତ୍ର ଘଟଣାର ତଦନ୍ତ କରି ବିଭିନ୍ନ ସନ୍ଦିଗ୍ଧ ଇଲାକାରେ ଚଢାଉ କରିଥିଲେ ମଧ୍ୟ ଅଭିଯୁକ୍ତ କିମ୍ବା ଅପହୃତା ଛାତ୍ରୀଙ୍କ ପତ୍ତା ମିଳିନଥିବା ଜଣାପଡ଼ିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟକୁ ଉଠିଲା ଗୁଜରାଟ

ଜୟପୁର,୯ା୫: ଅଧିନାୟକ ଶୁବମନ ଗିଲ୍‌ ଓ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ପରେ ରଶିଦ ଖାନଙ୍କ ୪ ଉଇକେଟ ସଫଳତା ବଳରେ ଶନିବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ…

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ଭାଣିଜୀ ବାହାଘରକୁ ଆସିଥିଲେ, ନିୟନ୍ତ୍ରଣ ହରାଇ ଖୁଣ୍ଟରେ ପିଟି ହୋଇଗଲା ବାଇକ୍‌; ୩ ବ୍ୟକ୍ତି…

ବଲାଙ୍ଗୀର, ୯।୫(ସୁନୀଲ କୁମାର ମହାନ୍ତି): ଭାଣିଜୀର ବାହାଘର ଖୁସି ଏବେ ଶୋକରେ ପରିଣତ ହୋଇଛି। ଭାଣିଜୀ ବାହାଘରରେ ଯୋଗ ଦେବାକୁ ଆସି ଏକ ବାଇକ ଦୁର୍ଘଟଣାରେ ତିନି…

ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା

ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ…

ତାରସିଂ ରେଞ୍ଜରେ ଦନ୍ତା ହାତୀର ମୃତ୍ୟୁ, ନୟାଗଡ଼ ବନଖଣ୍ଡରେ ଚିକିତ୍ସାଧୀନ ଥିଲା

ଭଞ୍ଜନଗର,୯।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜରେ ଶନିବାର ଅପରାହ୍ନରେ ଏକ ଦନ୍ତା ହାତୀ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ହାତୀର ବୟସ ପ୍ରାୟ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri