କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର : ୪ ସହପାଠୀ ଛାତ୍ର ଅଟକ, ପୋଲିସ ତନାଘନା

ସୁନ୍ଦରଗଡ଼, ୧୬।୭ (ଡି.ଏନ୍‌.ଏ.) -ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅଞ୍ଚଳରେ ଥିବା ଏକ କଲେଜର ଜଣେ ଯୁକ୍ତ ୩ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ସୋମବାର ଅପରାହ୍ନ ସାଢେ ୪ଟାରେ ସୁନ୍ଦରଗଡ଼ ସଦର ଥାନାରେ ଛାତ୍ରୀ ଅଭିଯୋଗ କରିଛନ୍ତି। ପରେ ପୋଲିସ ଏକ ମାମଲା (ନଂ.୧୨୫/୨୦୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସନ୍ଧ୍ୟାରେ ପୋଲିସ ୪ଜଣ ଛାତ୍ରଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛି। ମଙ୍ଗଳବାର ପୀଡିତା ଛାତ୍ରୀ ଓ ଅଭିଯୁକ୍ତ ଛାତ୍ରମାନଙ୍କ ଡାକ୍ତରୀମାଇନା କରାଯିବ।
ଗତ ୨୬ତାରିଖରେ ଛାତ୍ରୀ ଜଣକ ନିଜ ସହପାଠୀ ଛାତ୍ରଙ୍କ ସହ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ଅପରାହ୍ନ ସାଢେ ୪ଟାରୁ ୫ଟା ମଧ୍ୟରେ କିଞ୍ଜିରିକେଲା -ସୁନ୍ଦରଗଡ଼ ରାସ୍ତାର ଅଲେଇକେରା ଜଙ୍ଗଲ ମଧ୍ୟରେ ସହପାଠୀ ଛାତ୍ର ତାଙ୍କୁ ବଳାତ୍କାର କରିଥିଲେ। ପରେ ଅନ୍ୟ ୪ ଛାତ୍ର ପହଞ୍ଚି ବଳାତ୍କାର କରିଥିଲେ। ଘଟଣା ପରେ ଛାତ୍ରୀ ଜଣକ ଭୟଭୀତ ହୋଇପଡିଥିଲେ। ଏ ସମ୍ପର୍କରେ କାହାକୁ ଜଣାଇ ନ ଥିଲେ। ବାପ ଛେଉଣ୍ଡ ଏହି ଛାତ୍ରୀ ଜଣକ ବିଳମ୍ବରେ ଘରେ ସବୁ କଥା କହିବା ପରେ ଏହି ଘଟଣା ଥାନାକୁ ଆସିଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri