କଲେଜ ପ୍ରତିଷ୍ଠା ଦିବସରେ ଅଧ୍ୟକ୍ଷଙ୍କ ବିୟୋଗ

ଭଞ୍ଜନଗର,୨୬ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ ଅଧ୍ୟକ୍ଷ ଅମୂଲ୍ୟ ଦାସ (୫୯)ଙ୍କ ଶୁକ୍ରବାର ରାତିରେ ଅକାଳ ବିୟୋଗ ଘଟିଛି। ପ୍ରତିଷ୍ଠା ଦିବସ ସରିବା ପରେ ସେ ଘରକୁ ଯିବାକୁ ବାହାରୁଥିବାବେଳେ ପଡିଯାଇ ମୃତ୍ୟୁ ଘଟିଛି। ଏହି ଖବର ରାତିରେ କ୍ଷତ୍ରିୟବପୁରରେ ପହଞ୍ଚତ୍ବାପରେ ସମଗ୍ର ଭଞ୍ଜନଗର ଅଞ୍ଚଳରେ ଶୋକରଛାୟା ଖେଳିଯାଇଛି। ତାଙ୍କର ଅକାଳ ବିୟୋଗରେ ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି। ଶୁକ୍ରବାର କ୍ଷତ୍ରିୟବରପୁର କଲେଜର ୩୬ତମ ପ୍ରତିଷ୍ଠା ଦିବସ ଥିଲା। ଅତିଥିମାନେ ବିଳମ୍ବରେ ଆସିବାରୁ ସଭା ମଧ୍ୟ ବିଳମ୍ବରେ ଆରମ୍ଭ ହୋଇଥିଲା। ଅପରାହ୍ନ ପ୍ରାୟ ସାଢ଼େ ୫ଟାରେ ସଭା ସରିବା ପରେ ଅଧ୍ୟକ୍ଷ ଦାସ ଓ ବେଲଗୁଣ୍ଠା ବ୍ଲକ ବିଜେଡ଼ି ସଭାପତି ପ୍ରଶାନ୍ତ ନାୟକ ଓ ଅନ୍ୟମାନେ କଲେଜ ସମ୍ମୁଖରେ ଠିଆହୋଇ କଥା ହେଉଥିଲେ। କିଛିସମୟ ପରେ ଅଧ୍ୟକ୍ଷ ଦାସ ଘରକୁ ଯିବାକୁ ବାହାରୁଥିବାବେଳେ ହଠାତ୍‌ ତଳେ ପଡିଯାଇଥିଲେ। ଫଳରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ପ୍ରଶାନ୍ତ ଓ ଅନ୍ୟମାନେ ତାଙ୍କୁ ଗୋବରା ମେଡ଼ିକାଲକୁ ନେଇଥିଲେ। ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ଅମୂଲ୍ୟଙ୍କୁ ମୃତ ଘୋଷଣା କରିଥିଲେ। ଅମୂଲ୍ୟ ଜଣେ ଶିକ୍ଷାବିତ ଓ ସାମାଜିକକର୍ମୀ ଭାବେ ରାଜ୍ୟରେ ପରିଚିତ ଥିଲେ। ସେ ବହୁବାର ଜାତୀୟ ଓ ରାଜ୍ୟସ୍ତରରେ ସେବାପାଇଁ ସମ୍ମାନିତ ମଧ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri