କଲ୍ୟାଣମଣ୍ଡପ, ମାର୍କେଟ କମ୍ପ୍ଲେକ୍ସ ଦାବି

ବଇଣ୍ଡା, ୨୭ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ଠେଲକନାଳୀ ପଞ୍ଚାୟତ ଠେଲକନାଳୀ ଗ୍ରାମରେ ବିଭିନ୍ନ ସମସ୍ୟା ଲାଗିରହିଥିଲେ ହେଁ ଏଥିପ୍ରତି ଗୁରୁତ୍ୱ ଦିଆଯାଉନାହିଁ। ପଞ୍ଚାୟତ ଗଠନ ହୋଇଥିଲେ ମଧ୍ୟ ଗ୍ରାମର ବିକାଶ ହୋଇପାରୁନାହିଁ। ବିଶେଷକରି ସରକାରୀ ଯୋଜନାମାନ ଏଠାରେ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁ ନ ଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ। ଏ ନେଇ ଠେଲକନାଳୀବାସୀ ବୁଧବାର ଆଠମଲ୍ଲିକ ବିଧାୟକଙ୍କଠାରେ ଅଭିଯୋଗ କରିବା ସହ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହାର ନକଲ ଅନୁଗୋଳ ଜିଲାପାଳ, କିଶୋରନଗର ବିଡିଓ, ତହସିଲଦାରଙ୍କୁ ପ୍ରଦାନ କରାଯାଇଛି।
ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ଗ୍ରାମର ଜନସଂଖ୍ୟା ଅନ୍ୟଗ୍ରାମଠାରୁ ଅଧିକ ଥିବାବେଳେ ସେଠାରେ କଲ୍ୟାଣ ମଣ୍ଡପଟିଏ ନାହିଁ। ସରକାରୀ ଜମି ଖାତା ନଂ. ୧୩୦, ପ୍ଲଟ ନଂ. ୫୨୧(ପତିତ) ୧ ଏକର ୩୦ ଡିସିମିଲି, ପ୍ଲଟ ନଂ. ୯୯୯ ଜମିରେ କଲ୍ୟାଣ ମଣ୍ଡପ ନିର୍ମାଣ କରାଯିବାକୁ ତହସିଲ କାର୍ଯ୍ୟାଳୟର ଦୃଷ୍ଟି ଆକର୍ଷଣ କରାଯାଇଛି। ସେହିପରି ଗ୍ରାମରେ କଂକ୍ରିଟ ଖଳା, ମହିଳା ସ୍ବୟଂ ସହାୟକଙ୍କ ପାଇଁ ମିଶନ ଶକ୍ତି ଗୃହ, ରାଜୀବ ଗାନ୍ଧୀ ସେବାକେନ୍ଦ୍ର, ଫୁଲାଆମ୍ବା ଛକଠାରେ ମାର୍କେଟ କମ୍ପ୍ଲେକ୍ସ, ବିଶ୍ରାମାଗାର, କମ୍ୟୁନିଟି ସେଣ୍ଟର ସହ ଗ୍ରାମଛକଠାରୁ ବିଶିପାଲି ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ପକ୍କା ରାସ୍ତା ନିର୍ମାଣ କରିବା ପାଇଁ ଦାବି ହୋଇଛି। ଏଥିସହ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟରେ ପାଚେରି, ଫୁଲାଆମ୍ବା ସରକାରୀ ଉଚ୍ଚ ବିଦ୍ୟାଳୟରେ ସାଇକେଲ ଷ୍ଟାଣ୍ଡ ନିର୍ମାଣ, ଛାତ୍ରୀନିବାସ ଚତୁଃପାର୍ଶ୍ୱ ଆଲୋକୀକରଣ, ଗ୍ରାମକୁ ଜଳଯୋଗାଣ, ନଳକୂଅ ନିର୍ମାଣ ଆଦି ଦିଗରେ ରାଜ୍ୟ ସରକାର ଗୁରୁତ୍ୱ ଦେବାକୁ ଗ୍ରାମ ସଭାପତି କିଶୋରୀ ଚନ୍ଦ୍ର ସାହୁ, ବୈଷ୍ଣବ ସାହୁ, କରୁଣାକର ବେହେରା, ଟିକିନା ସାହୁ, ରମାକାନ୍ତ ସାହୁ, ପ୍ରାଣବନ୍ଧୁ ସାହୁ, ସମୀର ପ୍ରଧାନ, ଦିଲୀପ କୁମାର ସାହୁ, ବୀରବର ସାହୁ, ସୁବାସ ନାୟକ, ତିଳୋତ୍ତମା ଦେହୁରୀ, ପ୍ରଭାତୀ ସାହୁ, ଲକ୍ଷ୍ମୀ ପ୍ରଧାନ, କୁମୁଦିନୀ ସାହୁ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri