କଲ୍ୟାଣମଣ୍ଡପ, ମାର୍କେଟ କମ୍ପ୍ଲେକ୍ସ ଦାବି

ବଇଣ୍ଡା, ୨୭ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ଠେଲକନାଳୀ ପଞ୍ଚାୟତ ଠେଲକନାଳୀ ଗ୍ରାମରେ ବିଭିନ୍ନ ସମସ୍ୟା ଲାଗିରହିଥିଲେ ହେଁ ଏଥିପ୍ରତି ଗୁରୁତ୍ୱ ଦିଆଯାଉନାହିଁ। ପଞ୍ଚାୟତ ଗଠନ ହୋଇଥିଲେ ମଧ୍ୟ ଗ୍ରାମର ବିକାଶ ହୋଇପାରୁନାହିଁ। ବିଶେଷକରି ସରକାରୀ ଯୋଜନାମାନ ଏଠାରେ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁ ନ ଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ। ଏ ନେଇ ଠେଲକନାଳୀବାସୀ ବୁଧବାର ଆଠମଲ୍ଲିକ ବିଧାୟକଙ୍କଠାରେ ଅଭିଯୋଗ କରିବା ସହ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହାର ନକଲ ଅନୁଗୋଳ ଜିଲାପାଳ, କିଶୋରନଗର ବିଡିଓ, ତହସିଲଦାରଙ୍କୁ ପ୍ରଦାନ କରାଯାଇଛି।
ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ଗ୍ରାମର ଜନସଂଖ୍ୟା ଅନ୍ୟଗ୍ରାମଠାରୁ ଅଧିକ ଥିବାବେଳେ ସେଠାରେ କଲ୍ୟାଣ ମଣ୍ଡପଟିଏ ନାହିଁ। ସରକାରୀ ଜମି ଖାତା ନଂ. ୧୩୦, ପ୍ଲଟ ନଂ. ୫୨୧(ପତିତ) ୧ ଏକର ୩୦ ଡିସିମିଲି, ପ୍ଲଟ ନଂ. ୯୯୯ ଜମିରେ କଲ୍ୟାଣ ମଣ୍ଡପ ନିର୍ମାଣ କରାଯିବାକୁ ତହସିଲ କାର୍ଯ୍ୟାଳୟର ଦୃଷ୍ଟି ଆକର୍ଷଣ କରାଯାଇଛି। ସେହିପରି ଗ୍ରାମରେ କଂକ୍ରିଟ ଖଳା, ମହିଳା ସ୍ବୟଂ ସହାୟକଙ୍କ ପାଇଁ ମିଶନ ଶକ୍ତି ଗୃହ, ରାଜୀବ ଗାନ୍ଧୀ ସେବାକେନ୍ଦ୍ର, ଫୁଲାଆମ୍ବା ଛକଠାରେ ମାର୍କେଟ କମ୍ପ୍ଲେକ୍ସ, ବିଶ୍ରାମାଗାର, କମ୍ୟୁନିଟି ସେଣ୍ଟର ସହ ଗ୍ରାମଛକଠାରୁ ବିଶିପାଲି ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ପକ୍କା ରାସ୍ତା ନିର୍ମାଣ କରିବା ପାଇଁ ଦାବି ହୋଇଛି। ଏଥିସହ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟରେ ପାଚେରି, ଫୁଲାଆମ୍ବା ସରକାରୀ ଉଚ୍ଚ ବିଦ୍ୟାଳୟରେ ସାଇକେଲ ଷ୍ଟାଣ୍ଡ ନିର୍ମାଣ, ଛାତ୍ରୀନିବାସ ଚତୁଃପାର୍ଶ୍ୱ ଆଲୋକୀକରଣ, ଗ୍ରାମକୁ ଜଳଯୋଗାଣ, ନଳକୂଅ ନିର୍ମାଣ ଆଦି ଦିଗରେ ରାଜ୍ୟ ସରକାର ଗୁରୁତ୍ୱ ଦେବାକୁ ଗ୍ରାମ ସଭାପତି କିଶୋରୀ ଚନ୍ଦ୍ର ସାହୁ, ବୈଷ୍ଣବ ସାହୁ, କରୁଣାକର ବେହେରା, ଟିକିନା ସାହୁ, ରମାକାନ୍ତ ସାହୁ, ପ୍ରାଣବନ୍ଧୁ ସାହୁ, ସମୀର ପ୍ରଧାନ, ଦିଲୀପ କୁମାର ସାହୁ, ବୀରବର ସାହୁ, ସୁବାସ ନାୟକ, ତିଳୋତ୍ତମା ଦେହୁରୀ, ପ୍ରଭାତୀ ସାହୁ, ଲକ୍ଷ୍ମୀ ପ୍ରଧାନ, କୁମୁଦିନୀ ସାହୁ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri