କଲ୍ୟାଣ ମଣ୍ଡପରୁ ମୃତଦେହ ଉଦ୍ଧାର

ହିିଞ୍ଜିଳିକାଟୁ,୨ା୧୧: ହିିଞ୍ଜିଳିକାଟୁ ପୌରାଞ୍ଚଳ ନୂଆଁଗଡ଼ ଶିବ ମନ୍ଦିର ନିକଟରେ ନିର୍ମାଣାଧୀନ ବାପୁଜୀ କଲ୍ୟାଣ ମଣ୍ଡପରୁ ଶନିବାର ପୋଲିସ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ଗଞ୍ଜାମ ଜିଲା ଜରଡ଼ା ଥାନା ବି ଗୌଡୁଣୀ ଗଁାର ରାଜୁ ପ୍ରଧାନ (୨୨)। ଏ ନେଇ ପୋଲିସ ନଂ.୨୪/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।
ପ୍ରକାଶ ଯେ, ହିଞ୍ଜିଳିକାଟୁର ଠିକାଦାର ଗୌରହରି ସାମନ୍ତରାଙ୍କ ନିକଟରେ ରାଜୁ ଶ୍ରମିକ ଭାବେ କାମ କରୁଥିଲେ। ଠିକାଦାର ପୌର ପରିଷଦର ନୂଆଁଗଡ଼ କଲ୍ୟାଣ ମଣ୍ଡପ କାମ ଠିକା ନେଇଥିଲେ। ନିର୍ମାଣାଧୀନ କଲ୍ୟାଣ ମଣ୍ଡପରେ ରାଜୁଙ୍କ ସହ ଅନ୍ୟ ୩ଜଣ ଶ୍ରମିକ ରହୁଥିଲେ। ପୂର୍ବାହ୍ନରେ ଅନ୍ୟ ଶ୍ରମିକଙ୍କ ଅନୁପସ୍ଥିତିରେ ରାଜୁ ମଣ୍ଡପର ଏକ କୋଠରିରେ ଆତ୍ମହତ୍ୟା କରିଥିବା ନେଇ ସାମନ୍ତରା ଥାନାରେ ଅଭିଯୋଗ କରିଥିଲେ। ସ୍ଥାନୀୟ ପୋଲିସ ପହଞ୍ଚତ୍ ଝୁଲନ୍ତା ଅବସ୍ଥାରେ ରାଜୁଙ୍କ ମୃତଦେହ ଜବତ କରିି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଛି। ଆତ୍ମହତ୍ୟାର କାରଣ ଜଣାପଡ଼ି ନ ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଚାଲିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଆଇଆଇସି ଅଭିମନ୍ୟୁ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri