କଳାକାର ଦେଲେ ଲୋକଙ୍କୁ ବାର୍ତ୍ତା

ବାଲେଶ୍ୱର ଅଫିସ,୧୯।୩- ବାଲେଶ୍ୱର ଜିଲା ୧୬ ନଂ. ଜାତୀୟ ରାଜପଥ ନିକଟସ୍ଥ କାଠସଙ୍ଗଡ଼ା ନିକଟରେ ଗତ ଦୋଳ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା ପିତୃତର୍ପଣ ଓ ପିଣ୍ଡଦାନ ମହାଯଜ୍ଞ କାର୍ଯ୍ୟକ୍ରମର ଦଶମ ଦିନ ବୁଧବାର କଳାକାରମାନେ ଯୋଗଦେଇ କରୋନା ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଶିଳ୍ପୀ କେଶୁ ଦାସଙ୍କ ନେତୃତ୍ୱରେ ଅରୁଣ ବାରିକ, ଗଦାଧର ମହାନ୍ତି, ପୂର୍ଣ୍ଣେନ୍ଦୁ ପତି, ଦେବାଶିଷ ପତି ପ୍ରମୁଖ ଯୋଗେଦଇ ବାଲୁକା କଳା ଓ ଇନଷ୍ଟାଲେସନ୍‌ କଳା କରି କୋରନା ଭାଇରସ୍‌କୁ ନ ଡ଼ରି ସତର୍କତା ଅବଲମ୍ବନ କରିବାକୁ ଦର୍ଶାଇଥିଲେ। ସ୍ଥାନୀୟ ଏକ ପୁରୁଣା ବରଗଛ ମୂଳରେ ପାରମ୍ପରିକ ଦ୍ରବ୍ୟକୁ ସ୍ଥାପନ କରି ‘ତ୍ରିଶ୍ୱରୀ’ ପ୍ରଦର୍ଶନ କରାଯାଇଥିଲା। ସେହିପରି ସ୍ଥାନୀୟ ଉପକରଣ ଓ ଦ୍ରବ୍ୟକୁ ସୁନ୍ଦର ଭାବେ ସଜାଇ କରୋନା ଭାଇରସ୍‌ ସମ୍ପର୍କରେ ସଚେତନତା ବାର୍ତ୍ତା ଦିଆଯାଇଥିଲା। ସେହିପରି ତ୍ରିବେଣୀର ବାଲିଚର ଉପରେ ଏକ ବାଲୁକାକଳା ପ୍ରଦର୍ଶନ କରାଯାଇଥିଲା। ତ୍ରିବେଣୀ ତୀର୍ଥ ଉନ୍ନୟନ ପରିଷଦର ସଭାପତି ପର୍ଶୁରାମ ପ୍ରଧାନ, ନବକୁମାର ଦାସ, ନିରଞ୍ଜନ ଗିରି, ଶଶିକାନ୍ତ ଗିରି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବାବାଜୀ ଦୟାନନ୍ଦ ଦାସଙ୍କ ପୌରୋହିତ୍ୱରେ ପିତୃତର୍ପଣ ଓ ପିଣ୍ଡଦାନ କାର୍ଯ୍ୟକ୍ରମ ଯଥାରୀତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର…

ଦଳେଇଗୁଡ଼ା ସ୍କୁଲକୁ ଆକସ୍ମିକ ଗସ୍ତ କଲେ ଅତିରିକ୍ତ ଜିଲ୍ଲାପାଳ, ଯାଞ୍ଚ କଲେ ଖାଦ୍ୟର ଗୁଣବତ୍ତା

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ ): ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ପାଇଁ ଉପଲବ୍ଧ ବ୍ୟବସ୍ଥା, ଖାଦ୍ୟର ଗୁଣବତ୍ତା ଏବଂ ସରକାରୀ ନିର୍ଦ୍ଧାରିତ ମାନଦଣ୍ଡର ଅନୁପାଳନ ସମ୍ପର୍କରେ…

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?