କଳାକାର ହିଁ ବୁଝିପାରେ ଅନ୍ୟ କଳାକାରର ମନ: ରାପ୍‌ କଣ୍ଠଶିଳ୍ପୀ ଡୁଲେଶ୍ୱରଙ୍କୁ ସହାୟତାର ହାତ ବଢାଇଲେ ହ୍ୟୁମାନ ସାଗର

ଭବାନୀପାଟଣା,୧୯।୬ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ଡୁଲେଶ୍ୱର ତାଣ୍ଡି ଜଣେ ବିପ୍ଲବୀ ରାପ୍‌ ସଙ୍ଗୀତକାର। ସେ ସୋସିଆଲ ମିଡିଆରେ ବେଶ ଚର୍ଚ୍ଚିତ। ହେଲେ ତାଙ୍କ ପରିବାରର ଆର୍ଥତ୍କ ସ୍ଥିତି ଭଲ ନ ଥିବାରୁ ସେ ଅସୁବିଧାରେ ଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଓଡ଼ିଶାର ଆଗ ଧାଡିର କଣ୍ଠଶିଳ୍ପୀ ହ୍ୟୁମାନ ସାଗର ତାଙ୍କୁ ସହଯୋଗର ହତ ବଢ଼ାଇଛନ୍ତି। ସେ ଜଣେ ପ୍ରତିଭାର ମନକୁ ବୁଝି ପାରିଛନ୍ତି। ବୁଧବାର ଡୁଲେଶ୍ୱରଙ୍କ ସହ ଫୋନ ଯୋଗେ ଯୋଗାଯୋଗ କରି ୩୦ ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ। ଆବଶ୍ୟକ ହେଲେ ଆଗକୁ ସହାୟତା ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହା ପରେ ଡୁଲେଶ୍ୱର ଫେସବୁକ ଆଇଡିରେ ପୋଷ୍ଟ କରି ହୁମାନ୍‌ ସାଗରଙ୍କୁ ଧନ୍ୟବାଦ ଜଣାଇଚନ୍ତି।
ସୂଚନା ଅନୁଯାୟୀ, ଡୁଲେଶ୍ୱର ଭବାନୀପାଟଣା ବ୍ଲକ ବୋର୍ଡା ଗାଁ ସ୍କୁଲରେ ପ୍ରାଥମିକ ଶିକ୍ଷା ପରେ ୨୦୦୮ ମସିହାରେ ଭବାନୀପାଟଣା ସ୍ବୟଂଶାସିତ ମହାବିଦ୍ୟାଳୟରେ ନାମ ଲେଖାଇଥିଲେ। ଯୁକ୍ତ ତିନି ସାରିବା ପରେ ମା’ଙ୍କ ଦେହ ଖରାପ ହେବା ଯୋଗୁ ଅର୍ଥ ଯୋଗାଡ କରିବା ପାଇଁ ସୁଦୂର ରାୟପୁରକୁ ଚାଲି ଯାଇଥିଲେ। ରାୟପୁରରେ କିଛି ଦିନ କାମ କଲାପରେ ହଠାତ୍‌ ବାପା ନୀଳାଞ୍ଚଳ ତାଣ୍ଡିଙ୍କ ପକ୍ଷାଘାତନ୍‌ରେ ୨୦୧୬ରେ ମୃତ୍ୟୁ ଘଟିଥିଲା। ବାପାଙ୍କ ମୃତ୍ୟୁ ମୃତ୍ୟୁପରେ ସେ ଓ ତାଙ୍କ ମା’ ଅଭାବ ଅସୁବିଧାରେ ରହୁଥିଲେ। ହେଲେ ସେ ବର୍ତ୍ତମାନ ନିଜ ପ୍ରତିଭାର ନୂଆ ପରିଚୟ ସୃଷ୍ଟି କରିପାରିଛନ୍ତି। ଏବେ ସେ ରାପର ଡୁଲେ ରୋକର୍‌ ଭାବେ ସବୁଆଡେ ପରିଚିତ। ନିଜର ଅଭାବୀ ସମସ୍ୟାକୁ ନେଇ ନିନନ୍‌ ଷ୍ଟପ୍‌ ରାପ୍‌ ସଙ୍ଗ ଉପସ୍ଥାପନା କରୁଛନ୍ତି। ସମାଜର ସାମ୍ପ୍ରତିକ ପରିସ୍ଥିତିର ବାସ୍ତବଚିତ୍ର ଉପସ୍ଥାପନା କରିବାରେ ସଫଳ ହୋଇପାରିଛନ୍ତି। ସେ ଦେଶର ବ୍ୟବସ୍ଥା, ଗରିବୀ ଓ ସାମାଜିକ ଅବ୍ୟବସ୍ଥା ଆଦିକୁ ନେଇ ନିଜ ରାପ୍‌ ସଙ୍ଗ ମାଧ୍ୟମରେ ବିପ୍ଲବ ଆରମ୍ଭ କରିଛନ୍ତି। ବିଭିନ୍ନ ଗଣ ମାଧ୍ୟମରେ ଖବର ପ୍ରସାରିତ ହୋଇ ସେ ଲୋକଲୋଚନକୁ ଆସିବା ପରେ ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ଗାୟକ ହୁମାନ୍‌ ସାଗର ତାଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri