କଳାଗ୍ରାମ ‘କୁଞ୍ଜବନଗଡ’ ଲୋକାର୍ପିତ

ଦଶପଲ୍ଲା,୩ା୧୦ (ଡି.ଏନ.ଏ.): ନୟାଗଡ଼ ଜିଲା ଦଶପଲ୍ଲାର କୁଞ୍ଜବନଗଡକୁ ରାଜ୍ୟ ସରକାର ଲୋକକଳା ଗ୍ରାମର ମାନ୍ୟତା ଦେବା ପରେ ବୁଧବାର ଏକ ଉତ୍ସବରେ ଏହା ଆନୁଷ୍ଠାନିକ ଭାବେ ଲୋକାର୍ପିତ ହୋଇଛି। ଉଦ୍‌ଘାଟକ ଭାବେ ସ୍ଥାନୀୟ ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇଥିଲେ। ଜିଲାପାଳ ଡ. ପୋମା ଟୁଡୁ ମୁଖ୍ୟ ଅତିଥି ଓ ବନଖଣ୍ଡ ଅଧିକାରୀ ଧର୍ମରାଜ ଏଚ୍‌ଡି, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁନନ୍ଦା ସାହୁ, ଏନ୍‌ଏସି ଅଧ୍ୟକ୍ଷା ବବିତା ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। କଣ୍ଟିଲୋ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ପବିତ୍ର ମୋହନ ସୁବୁଦ୍ଧି ମୁଖ୍ୟବକ୍ତା ଭାବେ ଯୋଗଦେଇ ଦଶପଲ୍ଲାର ସାରସ୍ବତ କଳାକାରମାନଙ୍କୁ ସରକାର ସ୍ବୀକୃତି ପ୍ରଦାନ କରିଥିବାରୁ ଏ ମାଟି ଧନ୍ୟ ହୋଇଛି ବୋଲି ମତବ୍ୟକ୍ତ କରିଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କୁଞ୍ଜବନଗଡର ମହାବୀର ତୋରଣ ନିକଟରୁ କଳାକାରମାନେ ଏକ ଶୋଭାଯାତ୍ରାରେ ବାହାରି ସଭା ମଞ୍ଚକୁ ଆସିଥିଲେ। ଏହି ଅବସରରେ ୩ଜଣ ପ୍ରତିଭା ରାମ ନାଟକର ଗୁରୁ ଲକ୍ଷ୍ମୀଧର ଦାଶ, ଯୁବ ସଂଗ୍ରାହକ ଅନିଲ୍‌ କୁମାର ସାହୁ ଓ ପଟ୍ଟଚିତ୍ର ଶିଳ୍ପୀ ସଞ୍ଜିତ୍‌ କୁମାର ମହାପାତ୍ରଙ୍କୁ ମୁଖ୍ୟଅତିଥି ପ୍ରଶଂସାପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହାପରେ ୧୪ଟି ଦଳ ନାମ ସଂକୀର୍ତ୍ତନ, ମାଳିସାହିର ଉଦଣ୍ଡ ନୃତ୍ୟ, ସଂଘ ବାଦ୍ୟ, ସ୍କୁଲ ପିଲାଙ୍କ ଆଦିବାସୀ ନୃତ୍ୟ, ଭିନ୍ନକ୍ଷମ ଅନୁଷ୍ଠାନର ଦାସକାଠିଆ ଓ ପାଲା ପ୍ରଦର୍ଶିତ ହୋଇଥିଲା। ଶେଷରେ ଦଶପଲ୍ଲା ପ୍ରସିଦ୍ଧ ରାମନାଟକର ବିରାୟୁଧ ବଧ ଓ ସୀତା ହରଣ ପ୍ରସଙ୍ଗ ଦର୍ଶକଙ୍କୁ ବିମୋହିତ କରିଥିଲା। ଜିଲା କଳାକାର ଓ ସଂସ୍କୃତି ସଂଘ ଉପସଭାପତି ତଥା ସଙ୍ଗୀତଜ୍ଞ ଶରତ ସାହୁ ସ୍ବାଗତ ଭାଷଣ ଦେଇଥିବା ବେଳେ ତହସିଲଦାର ପ୍ରମୋଦ କୁମାର ଦଳବେହେରା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ସଙ୍ଗୀତ ଜଗତରେ ଶୋକର ଛାୟା: ନିରବି ଗଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା ପ୍ରଖ୍ୟାତ ଗାୟିକା ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା।…

ଫେଲ ମାରିଲା ପାକିସ୍ତାନର ମଧ୍ୟସ୍ଥତା, ହର୍ମୁଜ ବନ୍ଦ! ୟୁ-ଟର୍ନ ନେଲା ୨ ତେଲ ଟ୍ୟାଙ୍କର, ପାକିସ୍ତାନ ଜାହାଜ ବି ସାମିଲ

ତେହରାନ,୧୨।୪: ଇସଲାମାବାଦରେ ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ୧୪ ଦିନିଆ ଅସ୍ତ୍ରବିରତି ଉପରେ ସହମତି ପରେ ଉଭୟ ଦେଶ ଆଲୋଚନାରେ ସାମିଲ…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri