କଳାହାଣ୍ଡିରେ ପ୍ରଥମ କରୋନା ରୋଗୀ ଚିହ୍ନଟ ପରେ ଅକ୍ରାନ୍ତଙ୍କ ପଞ୍ଚାୟତ ସିଲ୍ କଲା ପ୍ରଶାସନ

କେସିଙ୍ଗା, ୫।୪(ଡି.ଏନ.ଏ.)
କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖମାର ହଳଦୀ ଗ୍ରାମ ପଞ୍ଚାୟତ ଅଞ୍ଚଳର ଜଣେ ୨୯ ବର୍ଷୀୟ ଯୁବକ କରୋନା ରୋଗରେ ଆକ୍ରାନ୍ତ ହୋଇଛନ୍ତ। ଏହି ଯୁବକ ଜଣକ ବାହାରିନଠାରେ ଏକ କମ୍ପାନୀରେ ଇଲେକ୍ଟିକ ଫିଟର ଭାବରେ କାମ କରୁଥିଲେ।
ସେ ଗତ ୧୯ ତାରିଖରେ ଦୁଇ ବନ୍ଧୁଙ୍କ ସହିତ ଏକ ବିମାନରେ ହାଇଦ୍ରାବାଦରେ ପହଞ୍ଚି ଥିଲେ। ସେଠାରୁ ବିଶାଖାପାଟଣା ଆସିଥିଲେ।ବିଶାଖାପାଟଣାରୁ ଏକ ଟ୍ରେନ ଯୋଗେ ରାୟଗଡା ଦେଇ କେସିଙ୍ଗା ପହଞ୍ଚିଥିଲେ । କେସିଙ୍ଗାରୁ ବସ ଯୋଗେ ନିଜ ଗ୍ରାମକୁ ଅାସିଥିଲେ। ସ୍ୱାସ୍ଥ୍ୟ ବିଭାଗ କୌଣସି ସୂତ୍ରରୁ ଖବର ପାଇ ଉକ୍ତ ଯୁବକଙ୍କ ରକ୍ତ ନମୁନା ସଂଗ୍ରହ କରିଥିଲେ। ତାଙ୍ଗ ଶରୀରରେ କରୋନା ପଜିଟିଭ ଥିବା ଜଣା ପଡିବା ପରେ ଶନିବାର ରାତିରେ ଉକ୍ତ ଗ୍ରାମ ପଞ୍ଚାୟତକୁ ଜିଲା ପ୍ରଶାସନ ପକ୍ଷରୁ ସିଲ୍ କରି ଦିଆଯାଇଛି। ବାହାର ଅଞ୍ଚଳର କାହାକୁ ପଞ୍ଚାୟତ ଅଞ୍ଚଳରେ ପଶିବାକୁ କିମ୍ବା ବାହାରକୁ ଯିବାକୁ ଦିଅାଯାଉ ନାହିଁ। ରବିବାର କଳାହାଣ୍ଡି ଜିଲାପାଳ ପରାଗ ହର୍ଷତ, ଧର୍ମଗଡ ଉପ-ଜିଲାପାଳ ପଦ୍ମନାଭ ବେହେରାଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ଉକ୍ତ ଗ୍ରାମ ପରି ଦର୍ଶନ କରିଥିଲେ।
ଏହାକୁ ଆଧାର କରି ଉକ୍ତ ପଞ୍ଚାୟତ ଅଞ୍ଚଳରେ ସଟ୍‌ ଡାଉନ ଷୋଷଣା କରାଯାଇଛି। ଅପରପକ୍ଷରେ ଅାକ୍ରାନ୍ତ ଯୁବକଙ୍କୁ ଭବାନୀପାଟଣା ଅଣାଯାଇଛି, ସେଠାରୁ ତାଙ୍କୁ କଟକ ପଠାଯିବ। ସମ୍ପୃକ୍ତ ଯୁବକଙ୍କ ସଂସ୍ପର୍ଶରେ ଅାସି୍ଥିବା ଅନ୍ୟ ୩୧ ଜଣଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ସଂଗ୍ରହ କରାଯାଇଛି।
ଜିଲାର ସମସ୍ତ ସୀମାକୁ ସିଲ କରି ଦିଅାଯାଇଛି। ଜିଲା ଆରକ୍ଷୀ ଅଧିକ୍ଷକ ବି.ଗଙ୍ଗାଧର ସାମାଜିକ ଦୂରତା ବଜାୟ ରଖିବାକୁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?