କଳାହାଣ୍ଡିରେ ବନ୍ୟା ବିତ୍ପାତ : ଅଞ୍ଚଳବାସୀ ଆତଙ୍କିତ

ଭବାନୀପାଟଣା,୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ମଙ୍ଗଳପୁରସ୍ଥିତ ହାତୀ ବ୍ୟାରେଜର ୪ଟି ରେଡିଏଲ୍‌ ଗେଟ ଖୋଲାଯାଇଛି। ୩୨୦ କ୍ୟୁସେକ୍‌ ବନ୍ୟା ଜଳ ହାତୀକୁ ଛଡାଯାଇଛି । ଏଥିରେ କଲମପୁର ବ୍ଲକର ବନ୍ୟା ପ୍ରଭାବିତ ଗାଁ ଗୁଡିକର ଲୋକେ ଭୟଭୀତ ହୋଇଛନ୍ତି । ବିିରିପୁର, ମାଟିଖାଲ ଗାଁ ରାସ୍ତାରେ ୨ ଫୁଟ ଉଚ୍ଚର ପାଣି ଚାଲିଛି । ଅନେକଙ୍କ ଘରେ ବନ୍ୟା ଜଳ ପ୍ରବେଶ କରିଥିବା ଜଣାପଡ଼ିଛି। ସେହିଭଳି ନଈକୂଳିଆ ବାଲିଛଡା, ଦେପୁର, କଳାପଦର, ଟେମରା, ପୁରୁଆଗୁଡା ଆଦି ଗାଁର ଲୋକେ ଭୟଭୀତ ହୋଇପଡିଛନ୍ତି। ଖବର ପାଇ ବିଡିଓ ହେମସାଗର ଭୋଇ, ବ୍ଲକ ପ୍ରଶାସନ କର୍ମଚାରୀ ଏବଂ ଅଗ୍ନିଶମ ବିଭାଗ ପହଞ୍ଚି ବିରିପୁର ଏବଂ ମାଟିଖାଲରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଏହି ନ୍‌୨ ଗାଁର ଲୋକମାନଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କରି କଲମପୁର କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟକୁ ସ୍ଥାନାନ୍ତର କରାଯାଇଛି । ସେଠାରେ ସେମାନଙ୍କ ପାଇଁ ରନ୍ଧାଖାଦ୍ୟ ବ୍ୟବସ୍ଥା କରାଯାଇଛି । ସେହିପରି କଲମପୁର-ମଣ୍ଡଳ ରାସ୍ତାରେ ଭୋଳାଗାଁ ନିକଟରେ ୩ ଫୁଟ ପାଣି ପ୍ରବାହିତ ହେଉଛି । ଏ ନେଇ ଉକ୍ତ ରାସ୍ତାରେ ମଧ୍ୟ ଯାତାୟତ ବାଧାପ୍ରାପ୍ତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?