କଳାହାଣ୍ଡିରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସୋମବାର କୋର୍ଟ, ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ

ଭବାନୀପାଟଣା,୨୮।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ କଳାହାଣ୍ଡି ଓକିଲ ସଂଘ ପ୍ରାୟ ୧୦ ବର୍ଷ ଧରି ଆନ୍ଦୋଳନ ଚଳାଇ ଆସିଛି । ପ୍ରତି ମାସର ଶେଷ ସୋମବାର କଳାହାଣ୍ଡି ଓକିଲ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ହୋଇ ଆସୁଛି । ରବିବାର ବାର୍‌ ପରିସରରେ ଓକିଲ ସଂଘ ସଭାପତି ଭବେନ୍ଦ୍ର କୁମାର ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ କଳାହାଣ୍ଡିରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନକୁ ଆହୁରି ତୀବ୍ରତର କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ୨୯ ତାରିଖ ସୋମବାର କଳାହାଣ୍ଡି ଓକିଲ ସଂଘ ପକ୍ଷରୁ ଭବାନୀପାଟଣାର ସମସ୍ତ ବିଚାର ବିଭାଗୀୟ ଅଦାଲତ, ରାଜସ୍ବ ଅଦାଲତ ସମେତ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟକୁ ବନ୍ଦ କରିବା ଲାଗି ଏହି ବୈଠକରେ ନିଷ୍ପତ୍ତି ନିଆଯାଇଛି ବୋଲି କଳାହାଣ୍ଡି ଓକିଲ ସଂଘ ସମ୍ପାଦକ ଅଶ୍ୱିନୀ କୁମାର ଦାସ ଏକ ପ୍ରେସ ବିବୃତିରେ ଜଣାଇଛିନ୍ତି ା ତେବେ ଏହି ବନ୍ଦରେ ସମସ୍ତ ଦୋକାନ ବଜାର, କେନ୍ଦ୍ର ସରକାରଙ୍କ କାର୍ଯ୍ୟାଳୟ ଓ ବ୍ୟାଙ୍କକୁ ବାଦ୍‌ ଦିଆଯାଇଛି ବୋଲି କଳାହାଣ୍ଡି ଓକିଲ ସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ତ୍ରିମୁଖୀ ଟକ୍କର ସମ୍ଭାବନା

ଗୋଲାମୁଣ୍ଡା,୧୭।୪(ବଟକୃଷ୍ଣ ପଣ୍ଡା):କଳାହାଣ୍ଡି ଜିଲା ଜୁନାଗଡ଼ ବିଧାନସଭା କ୍ଷେତ୍ରରେ ରାଜନୈତିକ ଉଷ୍ମତା ଦିନକୁ ଦିନ ବୃଦ୍ଧି ପାଉଛି। ଏହି ବିଧାନସଭା କ୍ଷେତ୍ର ପାଇଁ ୩ ପ୍ରମୁଖ ଦଳ...

ବିଜେଡିରୁ ଇସ୍ତଫା ଦେଲେ ଚିତ୍ତରଞ୍ଜନ

ଭବାନୀପାଟଣା/ନର୍ଲା,୧୫।୪(ଉତ୍ତମ କୁମାର ଦାଶ/ ସନ୍ତୋଷ ପାତ୍ର): ସାଧାରଣ ନିର୍ବାଚନ ପୂର୍ବରୁ କଳାହାଣ୍ଡି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ସୋମବାର ବିଜେଡିରୁ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ...

ଶଙ୍ଖ ଛାଡି ପଦ୍ମ ଧରିଲେ ଶର୍ମିଷ୍ଠା

ଭବାନୀପାଟଣା,୧୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ସିଂଝରଣଠାରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି, କଂଗ୍ରେସର ଅନେକ କାର୍ଯ୍ୟକର୍ତ୍ତା...

ଅଧିଷ୍ଠାତ୍ରୀ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ

କୋକସରା,୧୫।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଠାକୁରାଣୀଙ୍କ ଚୈତ୍ରଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଗାଁ ଦାଣ୍ଡ। ସୋମବାର ସକାଳୁ...

୫ରୁ ୨ଟି ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ଲାଞ୍ଜିଗଡ଼,୧୫।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଞ୍ଚାୟତରେ ସମନ୍ବିତ ଶିଶୁ ବିକାଶ ଯୋଜନା ଫେଲ୍‌ ହୋଇଥିବା ଅଭିଯୋଗ ହେଉଛି। ତ୍ରିଲୋଚନପୁର ପଞ୍ଚାୟତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri