କଳାହାଣ୍ଡିର ୨ ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀ ରାଜସ୍ଥାନରେ ଗିରଫ

ଭବାନୀପାଟଣା,୨୬।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ୨ ଜଣ ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀ ରାଜସ୍ଥାନର ଜୟପୁରରୁ ଗିରଫ ହୋଇଛନ୍ତି। ସେମାନେ ହେଲେ ଭବାନୀପାଟଣା ସହରର ଅଭିଷେକ ଦାଶ ଓ ସମ୍ବିତ ପାଣିଗ୍ରାହୀ। ସେମାନଙ୍କଠାରୁ ୮କେଜି ୧୦୦ ଗ୍ରାମ ଗଞ୍ଜେଇ ଜବତ ହୋଇଛି। ଉଭୟ ଓଡ଼ିଶାରୁ କେଜି ପିଛା ୨ ହଜାର ୫୦୦ ଟଙ୍କାରେ ଗଞ୍ଜେଇ କ୍ରୟ କରି ରାଜସ୍ଥାନ ସମେତ ବିଭିନ୍ନ ଅଞ୍ଚଳରେ ଏହାକୁ କେଜି ୮ ହଜାର ଟଙ୍କାରେ ବିକ୍ରି କରୁଥିଲେ।
ସୂଚନାନୁଯାୟୀ, ରାଜସ୍ଥାନ ଜୟପୁର ପୋଲିସ ପକ୍ଷରୁ ଡଗ୍ସ ଫ୍ରି ଯୋଜନା କରିବା ପାଇଁ ଏକ ସିଏସ୍‌ଟି ଟିମ୍‌ ଗଠନ କରାଯାଇଥିଲା। ଉକ୍ତ ଟିମ୍‌ର ଅତିରିକ୍ତ ଡିସିପି ବିମଲ ସିଂଙ୍କ ନେତୃତ୍ୱରେ ସିନ୍ଧିକେ ବସଷ୍ଟାଣ୍ଡଠାରେ ଚଢ଼ାଉ କରି ଉଭୟଙ୍କୁ ଗିରଫ କରାଯାଇଛି। ବ୍ୟାଗରେ ଗଞ୍ଜେଇ ଭର୍ତ୍ତି କରି ବସ୍‌ ଓ ଟ୍ରେନରେ ଏମାନେ ବିକ୍ରି କରୁଥିବା ପୋଲିସ କହିଛି। ୨ ଅଭିଯୁକ୍ତଙ୍କୁ ଗିରଫ କରି ରାଜସ୍ଥାନ ପୋଲିସ କୋର୍ଟ ଚାଲାଣ କରିଥିଲା। ସେଠାରେ ଜାମିନ ନାମଞ୍ଜୁର ହେବା ପରେ ଅଭିଷେକ ଓ ସମ୍ବିତକୁ ଜୟପୁର ଜେଲକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri