କଳାହାଣ୍ଡି ଜିଲାର ୩୨ ବିଦ୍ୟାଳୟକୁ ମିଳିବ ‘ଗାରିମା ରୌପ୍ୟ’ ପୁରସ୍କାର

ଭବାନୀପାଟଣା, ୩୧।୧ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ୩୨ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ‘ଗାରିମା ରୌପ୍ୟ’ ପୁରସ୍କାର ମିଳିବ। ଏ ନେଇ ଛାତ୍ରୀଛାତ୍ର, ଅଭିଭାବକ ଏବଂ ଶିକ୍ଷକଙ୍କ ମହଲରେ ଖୁସି ଦେଖିବାକୁ ମିଳିଛି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷା ଗ୍ରହଣ କ୍ଷେତ୍ରରେ ଉତ୍କର୍ଷତା ପରିଣାମକୁ ନେଇ ପ୍ରଦାନ କରାଯାଉଥିବା ଏହି ଗାରିମା ପୁରସ୍କାର ଶିକ୍ଷା ଗ୍ରହଣ ଓ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଏକ ଅପୂର୍ବ ସୁଯୋଗ ସୃଷ୍ଟି କରିବ ବୋଲି ସେମାନେ କହିଛନ୍ତି। ପୂର୍ବରୁ ଜିଲାର ୪୪ଟି ବିଦ୍ୟାଳୟକୁ ଜିଲାପାଳଙ୍କ ଦ୍ୱାରା ‘ଗାରିମା ତାମ୍ର’ ପୁରସ୍କାର ପ୍ରଦାନ କରାଯାଇଥିଲା। ପରବର୍ତ୍ତୀ ଗାରିମା ରୌପ୍ୟ ପୁରସ୍କାର ପାଇଁ ଛାତ୍ରୀଛାତ୍ରମାନଙ୍କର ଶିକ୍ଷଣ ଅଭିବୃଦ୍ଧିସ୍ତରକୁ ମାପକାଠି ରୂପେ ବିବେଚନା କରାଯାଇ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଭବାନୀପାଟଣା ଦ୍ୱାରା ଡିସେମ୍ବର ୨୦୧୯ ମସିହାରେ ପରୀକ୍ଷା କରାଯାଇଥିଲା ଓ ସେମାନଙ୍କ ମଧ୍ୟରୁ ୩୨ଟି ବିଦ୍ୟାଳୟ ଏହି ଗାରିମା ରୌପ୍ୟ ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏହି ପୁରସ୍କାରପ୍ରାପ୍ତ ବିଦ୍ୟାଳୟଗୁଡ଼ିକୁ ଅଧିକାରୁ ଅଧିକ ଉତ୍ସାହିତ କରିବା ପାଇଁ ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରତି ବିଦ୍ୟାଳୟକୁ ୧୦ ହଜାର ଟଙ୍କା ଅର୍ଥରାଶି ପ୍ରଦାନ କରାଯିବ ବୋଲି ସୂଚନାମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri