Posted inଜାତୀୟ

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା କରିବାର ଆଶା କରାଯାଉଛି। ମୌସୁମୀ ଅଧିବେଶନର ପ୍ରଥମ ଏବଂ ଦ୍ୱିତୀୟ ଦିନରେ ବିରୋଧୀ ଦଳଗୁଡ଼ିକର ହୋ-ହଲ୍ଲା କାରଣରୁ କୌଣସି ବି କାର୍ଯ୍ୟ ହୋଇପାରି ନାହିଁ। ସଦନରେ ପ୍ରଶ୍ନକାଳ ଏବଂ ଶୂନ୍ୟକାଳ ଚାଲିପାରି ନାହିଁ। ବିରୋଧୀ ଦଳଗୁଡ଼ିକ NEET ପେପର ଲିକ୍‌ ମାମଲାରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରୁଥିବା ବେଳେ, ସରକାର ଏହି ଅଧିବେଶନରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ ପାସ କରାଇବା ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ଏଭଳି ପରିସ୍ଥିତିରେ ସ୍ପିକର ଓମ ବିର୍ଲା ସମସ୍ତ ଦଳ ସହ କଥା ହୋଇ କୌଣସି ସମାଧାନର ବାଟ ବାହାର କରିପାରନ୍ତି। NEET ପ୍ରଶ୍ନପତ୍ର ଲିକ ମାମଲା ଏବଂ ଏହାର ପ୍ରତିବାଦରେ ଦିଲ୍ଲୀରେ ପ୍ରଦର୍ଶନ କରୁଥିବା ଛାତ୍ରୀଛାତ୍ରଙ୍କୁ ପୋଲିସ କାର୍ଯ୍ୟାନୁଷ୍ଠାନର ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନଙ୍କ ହଙ୍ଗାମା କାରଣରୁ ପୂର୍ବରୁ ଜୁଲାଇ ୨୦ ଏବଂ ପୁଣି ଜୁଲାଇ ୨୧ ତାରିଖରେ ରାଜ୍ୟ ସଭା-ଲୋକ ସଭାର କାର୍ଯ୍ୟକ୍ରମ ବାରମ୍ବାର ବାଧାପ୍ରାପ୍ତ ହୋଇଥିଲା ଏବଂ ଶେଷରେ ଦିନସାରା ପାଇଁ ସ୍ଥଗିତ ରଖାଯାଇଥିଲା।

ସେପଟେ କଂଗ୍ରେସ ସାଂସଦ ପୱନ ଖେଡ଼ା କହିଛନ୍ତି, ଆମର ସମସ୍ତ ସାଂସଦ ବିରୋଧ ପ୍ରଦର୍ଶନ କରିବା ପାଇଁ କଳା ପୋଷାକ ପିନ୍ଧିବେ। ଏହି ବିରୋଧ ଏହି କଥାକୁ ନେଇ ଯେ ସେମାନେ ଦିଲ୍ଲୀରେ ଦେଶର ଛାତ୍ରୀଛାତ୍ରଙ୍କ ସହିତ କ’ଣ କରିଛନ୍ତି, ଧର୍ମେନ୍ଦ୍ର ପ୍ରଧାନଙ୍କ ନିଜ ପଦରେ ବଜୟ ରହିବାର ଜିଦ୍‌ ବିରୁଦ୍ଧରେ ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦ ଉପରେ ସରକାରଙ୍କ ଆଭିମୁଖ୍ୟ ବିରୁଦ୍ଧରେ ଅଟେ। ତେଣୁ, ପ୍ରତିବାଦ ଜଣାଇବା ପାଇଁ ଆମର ସମସ୍ତ ସାଂସଦ ଆଜି କଳା ପୋଷାକ ପିନ୍ଧୁଛନ୍ତି। ଆମର ବିରୋଧର ଉଦ୍ଦେଶ୍ୟ ହେଉଛି ଯୁବବର୍ଗଙ୍କ ସ୍ବାର୍ଥର ସୁରକ୍ଷା କରିବା।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଲିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri