କଳା, ବାଣିଜ୍ୟ ବିଭାଗ ଭାଷା ପରୀକ୍ଷାରେ ୭ ମାଲପ୍ରାକ୍ଟିସ୍‌

ବ୍ରହ୍ମପୁର ଅଫିସ,୫ା୩ – ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷାର ଦ୍ୱିତୀୟ ଦିନ ବୁଧବାର କଳା ଓ ବାଣିଜ୍ୟ ବିଭାଗର ମାତୃଭାଷା ଓଡିଆ ଏବଂ କଳା, ବିଜ୍ଞାନ, ବାଣିଜ୍ୟ ବିଭାଗର ଆଧୁନିକ ଭାରତୀୟ ଭାଷା (ବିକଳ୍ପ ଇଂଲିଶ) ପରୀକ୍ଷା ହୋଇଥିଲା। ଏଥିରେ ଦକ୍ଷିଣାଞ୍ଚଳର ୫ ପରୀକ୍ଷା କେନ୍ଦ୍ରରେ କପି କରି ୭ ପରୀକ୍ଷାର୍ଥୀ ଧରାପଡିଛନ୍ତି। ସେଥିମଧ୍ୟରେ ଗଞ୍ଜାମ ଜିଲାର ୪ ପରୀକ୍ଷା କେନ୍ଦ୍ରରେ ଜୋନାଲ ସ୍କ୍ବାଡ ହାତରେ ୬ ଜଣ ଧରାପଡିଥିବା ବେଳେ ରାୟଗଡ଼ା ଜିଲାର ରାୟଗଡ଼ା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ବାଣିଜ୍ୟ ବିଭାଗର ଜଣେ ପରୀକ୍ଷାର୍ଥୀ ଆଭ୍ୟନ୍ତରୀଣ ସ୍କ୍ବାର୍ଡ ହାତରେ ଧରାପଡିଛନ୍ତି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଦକ୍ଷିଣାଞ୍ଚଳ ଉପସଚିବ ଡ. କୁଳମଣି ଓଝା ଏହି ସୂଚନା ଦେଇଛନ୍ତି।
ଗଞ୍ଜାମ ଜିଲା ଅନ୍ତର୍ଗତ ଗଣ୍ଡଳାସ୍ଥିତ ବେଲେଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨ ଜଣ ପରୀକ୍ଷାର୍ଥୀ ପ୍ରଶ୍ନପତ୍ରରେ ବିଭିନ୍ନ ଚିହ୍ନ ଦେବା ସହ ଠିକ ଚିହ୍ନ ମାରି ଜୋନାଲ ସ୍କାର୍ଡ ହାତରେ ଧରାପଡିଥିଲେ। ସେହିପରି ବମକୋଇସ୍ଥିତ ଚିଦାନନ୍ଦ ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ପରୀକ୍ଷାର୍ଥୀ, ପୋଡାମାରିସ୍ଥିତ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କେନ୍ଦ୍ରରେ ୨ ପରୀକ୍ଷାର୍ଥୀ ହାତରେ ଉତ୍ତର ଲେଖି ଧରାପଡ଼ିଥିବା ବେଳେ ଆଠଗଡ଼ପାଟଣାସ୍ଥିତ ନାରାୟଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ପରୀକ୍ଷାର୍ଥୀ କପି କରୁଥିବା ସମୟରେ ଜୋନାଲ ଼ସଦସ୍ୟଙ୍କ ଦ୍ୱାରା ଧରାପଡ଼ଥିବା ଉପସଚିବ ଓଝା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri