କଳା, ବାଣିଜ୍ୟ ବିଭାଗ ଭାଷା ପରୀକ୍ଷାରେ ୭ ମାଲପ୍ରାକ୍ଟିସ୍‌

ବ୍ରହ୍ମପୁର ଅଫିସ,୫ା୩ – ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷାର ଦ୍ୱିତୀୟ ଦିନ ବୁଧବାର କଳା ଓ ବାଣିଜ୍ୟ ବିଭାଗର ମାତୃଭାଷା ଓଡିଆ ଏବଂ କଳା, ବିଜ୍ଞାନ, ବାଣିଜ୍ୟ ବିଭାଗର ଆଧୁନିକ ଭାରତୀୟ ଭାଷା (ବିକଳ୍ପ ଇଂଲିଶ) ପରୀକ୍ଷା ହୋଇଥିଲା। ଏଥିରେ ଦକ୍ଷିଣାଞ୍ଚଳର ୫ ପରୀକ୍ଷା କେନ୍ଦ୍ରରେ କପି କରି ୭ ପରୀକ୍ଷାର୍ଥୀ ଧରାପଡିଛନ୍ତି। ସେଥିମଧ୍ୟରେ ଗଞ୍ଜାମ ଜିଲାର ୪ ପରୀକ୍ଷା କେନ୍ଦ୍ରରେ ଜୋନାଲ ସ୍କ୍ବାଡ ହାତରେ ୬ ଜଣ ଧରାପଡିଥିବା ବେଳେ ରାୟଗଡ଼ା ଜିଲାର ରାୟଗଡ଼ା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ବାଣିଜ୍ୟ ବିଭାଗର ଜଣେ ପରୀକ୍ଷାର୍ଥୀ ଆଭ୍ୟନ୍ତରୀଣ ସ୍କ୍ବାର୍ଡ ହାତରେ ଧରାପଡିଛନ୍ତି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଦକ୍ଷିଣାଞ୍ଚଳ ଉପସଚିବ ଡ. କୁଳମଣି ଓଝା ଏହି ସୂଚନା ଦେଇଛନ୍ତି।
ଗଞ୍ଜାମ ଜିଲା ଅନ୍ତର୍ଗତ ଗଣ୍ଡଳାସ୍ଥିତ ବେଲେଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨ ଜଣ ପରୀକ୍ଷାର୍ଥୀ ପ୍ରଶ୍ନପତ୍ରରେ ବିଭିନ୍ନ ଚିହ୍ନ ଦେବା ସହ ଠିକ ଚିହ୍ନ ମାରି ଜୋନାଲ ସ୍କାର୍ଡ ହାତରେ ଧରାପଡିଥିଲେ। ସେହିପରି ବମକୋଇସ୍ଥିତ ଚିଦାନନ୍ଦ ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ପରୀକ୍ଷାର୍ଥୀ, ପୋଡାମାରିସ୍ଥିତ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କେନ୍ଦ୍ରରେ ୨ ପରୀକ୍ଷାର୍ଥୀ ହାତରେ ଉତ୍ତର ଲେଖି ଧରାପଡ଼ିଥିବା ବେଳେ ଆଠଗଡ଼ପାଟଣାସ୍ଥିତ ନାରାୟଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ପରୀକ୍ଷାର୍ଥୀ କପି କରୁଥିବା ସମୟରେ ଜୋନାଲ ଼ସଦସ୍ୟଙ୍କ ଦ୍ୱାରା ଧରାପଡ଼ଥିବା ଉପସଚିବ ଓଝା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ

ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ…

ଆମ ଗଞ୍ଜାମ, ସ୍ୱଚ୍ଛ ଗଞ୍ଜାମ: ମଲାଡ଼ ପଞ୍ଚାୟତ ପକ୍ଷରୁ…

ଗଞ୍ଜାମ, ୨୧/୭ (ବିଦ୍ୟାଧର ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ସ୍ୱଚ୍ଛ ଭାରତ ଅଭିଯାନ’ ଆହ୍ୱାନ ଏବଂ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ପରାମର୍ଶକ୍ରମେ ଜିଲାର ବିଭିନ୍ନ…

ପ୍ଲଟିଂ ହେଉଥିବା ଅଞ୍ଚଳରେ ଲାଗୁଛି ଷ୍ଟ୍ରିଟ୍ ଲାଇଟ୍‌: ଆବଶ୍ୟକ ସ୍ଥାନରେ ନାହିଁ, ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହଟାଇବାକୁ….

ପୁରୁଷୋତ୍ତମପୁର, ୨୧।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସହରରେ ଆବଶ୍ୟକ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ଦାବିରେ ଦିବ୍ୟାଙ୍ଗ ଯୁବ ଆଇନଜୀବୀ ସନ୍ତୋଷ…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri