କଳା, ସଂସ୍କୃତିର ଏନ୍ତୁଡ଼ିଶାଳ ମୟୂରଭଞ୍ଜ

ବାରିପଦା ଅଫିସ, ୧୬ା୨-ସ୍ଥାନୀୟ ସଂସ୍କୃତି ଭବନଠାରେ କ୍ରିଏଟିଭ ସ୍କୁଲ ଅଫ୍‌ ଆର୍ଟ ଆଣ୍ଡ କ୍ରାଫ୍ଟର୍ସ ପକ୍ଷରୁ ୫ ଦିନ ଧରି ଅନୁଷ୍ଠିତ ହୋଇଥିବା ନବମ ରାଜ୍ୟସ୍ତରୀୟ ଚିତ୍ର ପ୍ରଦର୍ଶନୀ ଉଦ୍‌ଯାପିତ ହୋଇଯାଇଛି। ପରିଚାଳନା କମିଟି ସଭାପତି କଳ୍ପନା ଷଡ଼ଙ୍ଗୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଯାପନୀ ସନ୍ଧ୍ୟାରେ ମୟୂରଭଞ୍ଜର ମହାରାଣୀ ରଶ୍ମୀ ରାଜଲକ୍ଷ୍ମୀ ଭଞ୍ଜଦେଓ ମୁଖ୍ୟଅତିଥି ଭାବେ ଯୋଗଦେଇ ମୟୂରଭଞ୍ଜ ଜିଲା କଳା ଏବଂ ସଂସ୍କୃତିର ଏନ୍ତୁଡିଶାଳ ବୋଲି ବକ୍ତବ୍ୟରେ କହିଥିଲେ। ଜିଲାର ପ୍ରତ୍ୟେକ ବ୍ୟକ୍ତି କଳାର ପୂଜାରୀ ତଥା ପ୍ରଂଶସକ। ଘରେ ଘରେ ଏଠି କଳାକାର ଜନ୍ମ ନେଉଛନ୍ତି। ସେମାନଙ୍କୁ ଆବଶ୍ୟକ ତାଲିମ ଓ ପୃଷ୍ଠପୋଷକତା ମିଳିପାରିଲେ ସେମାନେ ପଦ୍ମଭୂଷଣ ଯତୀନ ଦାସ, ହରି ସିଂ ବାବୁ, ଶିବ ପାଣିଗ୍ରାହୀଙ୍କ ଭଳି ସୁନାମଧନ୍ୟ କଳାକାର ହୋଇପାରିବେ। ସେହିଭଳି ଭଲ କଳାକାରମାନଙ୍କ ଜୀବନଯାତ୍ରାକୁ ଅନୁଶୀଳନ କରି ସେଥିରୁ ପ୍ରେରଣା ଗ୍ରହଣ କରିବାକୁ ତାଲିମ ନେଉଥିବା ଛାତ୍ରୀଛାତ୍ରମାନଙ୍କୁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଲାଲସାହେବା ପୂର୍ଣ୍ଣମା ଭଞ୍ଜଦେଓ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ। ଏହି ଅବସରରେ ରାଜ୍ୟର ୧୦ ଜଣ ଚିତ୍ର ଓ ଏବଂ ଭାସ୍କର୍ଯ୍ୟଶିଳ୍ପୀଙ୍କୁ ପୁରସ୍କୃତ କରାଯାଇଥିଲା। ସେମାନେ ହେଲେ ଢେଙ୍କାନାଳର ଜିଲୁ ସାହୁ, ଭଦ୍ରକର ରିଷିତା ଖାଟୁଆ, ମୟୂରଭଞ୍ଜର ଛକେନ୍ଦ୍ର ହେମ୍ବ୍ରମ, ଅଜୟ ରଣା, ସଦାଶିବ ଦାସ, ବାଲେଶ୍ୱରର କାମିନୀକାନ୍ତ ସ୍ବାଇଁ, ରଙ୍କନିଧି ସୂତାର, ପ୍ରତିମା ନାୟକ, ପୁରୀର ଦିବ୍ୟଜ୍ୟୋତି ମହାନ୍ତି, କେନ୍ଦ୍ରାପଡ଼ାର ସତ୍ୟ ପ୍ରକାଶ ସ୍ବାଇଁ। ସେହିଭଳି ଚିତ୍ର ପ୍ରଦର୍ଶନୀରେ କୃତୀ ହୋଇଥିବା ଛାତ୍ରୀଛାତ୍ରମାନଙ୍କୁ ପୁରସ୍କୃତ କରାଯାଇଥିଲା। ଅନୁଷ୍ଠାନର ସଭ୍ୟ ଆକାଶ ରାମ, ରୁନୁରାଣୀ ବେହେରା, ରାଜେଶ ମୁଦୁଲି, ରାଜୁ ନାଏକ, ସମତା ଦାସ, ସୁବିନୟ ଦାସ, ସମତା ଦାସ, ସ୍ବୟମ ଆଦିତ୍ୟ ମହାପାତ୍ର ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ସମ୍ପାଦକ ବିଭୂଦତ୍ତ ଦାସ ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ପ୍ରତିଷ୍ଠାତା ଚାରୁଚନ୍ଦ୍ର ଦାସ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri