କଳିଙ୍ଗା ଘାଟିରେ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଚାଳକ ସମେତ ହେଲ୍ପର ମୃତ

ଭଞ୍ଜନଗର,୧୮।୫(ଡି.ଏନ୍‌.ଏ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଶନିବାର ସକାଳେ ପାଣି ବୋତଲ ବୋଝେଇ ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଗାଡ଼ି ଚାଳକ ଓ ହେଲ୍ପରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଏଯାବତ୍‌ ମିଳିପାରି ନାହିଁ। ଖବର ପାଇ ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇଛି।
ପ୍ରକାଶ ଯେ, ଟ୍ରକ୍‌ଟି ସକାଳେ ଫୁଲବାଣୀ ନିକଟରୁ ପାଣି ବୋତଲ ବୋଝେଇ କରି ବ୍ରହ୍ମପୁର ଅଭିମୁଖେ ଯାଉଥିଲା । କଳିଙ୍ଗା ଘାଟିରେ ଚାଳକଙ୍କ ଆଖି ଲାଗିଯିବାରୁ ଡ଼ାହାଣ ପାର୍ଶ୍ୱରେ ଥିବା ଏକ ବଡ଼ ପଥରକୁ ଟ୍ରକ୍‌ଟି ଧକ୍କା ଦେଇଥିଲା । ପରେ ଗୁରୁତର ଅବସ୍ଥାରେ ହେଲପରଙ୍କୁ ଦମକଳ ବାହିନୀ ସହାୟତାରେ ଗାଡ଼ି ଭିତରୁ ଉଦ୍ଧାର କରାଯାଇଥିଲା । ମାତ୍ର ଅତ୍ୟଧିକ ରକ୍ତସ୍ରାବ ଯୋଗୁ ହେଲ୍ପ୍‌ରଙ୍କୁ ଭଞ୍ଜନଗର ମେଡିିକାଲ ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୀର୍ଘ ୩ ଘଣ୍ଟାର ପ୍ରଚେଷ୍ଟା ପରେ ପୋଲିସ ଗାଡ଼ି ଭିତରେ ଚାପି ହୋଇ ରହିଥିବା ଚାଳକଙ୍କ ମୃତଦେହ ଉଦ୍ଧାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri