କଳିଙ୍ଗା ଘାଟିରେ ବସ୍‌ ଦୁର୍ଘଟଣାଗ୍ରସ୍ତ, ୨ ମୃତ: ପ୍ରବାସୀ ଓଡ଼ିଆଙ୍କୁ ନେଇ ସୁରଟରୁ ଫେରୁଥିଲା

ଭଞ୍ଜନଗର,୨ା୫(ଡି.ଏନ୍‌.ଏ.)- ପ୍ରବାସୀ ଓଡ଼ିଆଙ୍କୁ ସୁରଟରୁ ନେଇ ଫେରୁଥିବା ଏକ ବସ ଶନିବାର ରାତିରେ ଗଞ୍ଜାମ-କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବୁଗୁଡ଼ା ଅଞ୍ଚଳର ଚିତ୍ତରଞ୍ଜନ ସେଠୀ ଓ ସନ୍ତୋଷ ସେଠୀ। ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଥିବା ଅନ୍ୟ ୭୦ଜଣଙ୍କୁ ଅନ୍ୟ ଏକ ବସ୍‌ରେ ଆଣି କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ପଠାଯାଇଛି। ଗଞ୍ଜାମ ଓ କନ୍ଧମାଳ ପୋଲିସ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତି।
ଲକ୍‌ଡାଉନ ଯୋଗୁ ସୁରଟରେ ଫସିରହିଥିବା ଲୋକେ ଗତ ୬ ଦିନ ହେଲା ବସ୍‌ ଯୋଗେ ଭିଟାମାଟିକୁ ଫେରିବାରେ ଲାଗିଛନ୍ତି। ଏଭଳି ସ୍ଥିତିରେ ପ୍ରବାସୀ ଓଡିଆଙ୍କୁ ନେଇ ଆସୁଥିବା ‘ଶ୍ରୀ ପଟେଲ’ ନାମକ ବସ୍‌ (ନଂ.ଜିଜେ୧୮ଏକ୍ସ-୨୬୯୩)ର ଚାଳକ କଳିଙ୍ଗା ଘାଟି ଅନ୍ଧାରିକୋଟ ମନ୍ଦିର ନିକଟ ବୁଲାଣିରେ ହଠାତ୍‌ ବ୍ରେକ୍‌ ଦେଇଥିଲେ। ଫଳରେ ଚାଳକ କ୍ୟାବିନ୍‌ରେ ବସିଥିବା ଚିତ୍ତରଞ୍ଜନ ଓ ସନ୍ତୋଷ ଆଗ କାଚରେ ପିଟି ହୋଇଯାଇଥିଲେ। କାଚ ଭାଙ୍ଗି ଯିବାରୁ ଉଭୟେ ଚକା ତଳେ ପଡ଼ିଯାଇଥିଲେ। ଘଟଣାସ୍ଥଳରେ ଚିତ୍ତରଞ୍ଜନଙ୍କ ମୃତ୍ୟୁ ଘଟିଥିବାବେଳେ ସନ୍ତୋଷ ଗୁରୁତର ହୋଇଥିଲେ। ତାଙ୍କୁ ଆମ୍ବୁଲାନରେ ଭଞ୍ଜନଗର ମେଡ଼ିକାଲକୁ ଅଣାଯାଇଥିଲା। ସେଠାରେ ସନ୍ତୋଷଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଭଞ୍ଜନଗର ବିଡ଼ିଓ ଅନିଲ କୁମାର ସେଠୀ ପୋଲିସ ଫୋର୍ସ ସହ ଘଟଣାସ୍ଥଳରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri