କଳିଙ୍ଗ ନଗର ଏନକାଉଣ୍ଟର ମାମଲା:ଆହତ ସୁଶାନ୍ତ ଗିରଫ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଖଣ୍ଡଗିରି ଥାନା ଅଧୀନ କଳିଙ୍ଗନଗର ଏନକାଉଣ୍ଟର ଘଟଣାରେ ଆହତ ହୋଇଥିବା ଅଭିଯୁକ୍ତ ସୁଶାନ୍ତ ମାଝି ସୁସ୍ଥ ହେବା ପରେ ସୋମବାର ପୋଲିସ କୋର୍ଟ ଚାଲାଣ କରିଛି। ସୁଶାନ୍ତଙ୍କ ଘର ଖୋର୍ଦ୍ଧା ଜିଲା ସାମନ୍ତରାପୁର ସ୍ବପ୍ନେଶ୍ୱର ସାହିରେ। ତାଙ୍କ ନାମରେ ପୂର୍ବରୁ ଖୋର୍ଦ୍ଧା ଜିଲାର ବିଭିନ୍ନ ଥାନା ଓ ଖଣ୍ଡଗିରି ଥାନାରେ ବହୁ ମାମଲା ରହିଛି। ଗତ ୫ ତାରିଖ ବିଳମ୍ବିତ ରାତିରେ କଳିଙ୍ଗ ନଗର କେ-୭ ଅଞ୍ଚଳରେ ଡକାୟତି ପାଇଁ ଯୋଜନା କରୁଥିବା ସମୟରେ ବିଶେଷ ସୂତ୍ରରୁ ଖବରପାଇ ପୋଲିସ ସେଠାରେ ପହଞ୍ଚତ୍ଥିଲା। ପୋଲିସକୁ ଦେଖି ସୁଶାନ୍ତ ପ୍ରଥମେ ଗୁଳି ଚାଳନା କରିଥିଲା। ଏହାର ପାଲଟା ଜବାବରେ ପୋଲିସ ମଧ୍ୟ ଗୁଳି ଚାଳନା କରିଥିଲା। ଫଳରେ ତା’ ବାମ ଗୋଡର ଆଣ୍ଠୁ ତଳକୁ ଗୁଳି ବାଜିଥିଲା। ଆହତ ଅବସ୍ଥାରେ ସୁଶାନ୍ତକୁ ପୋଲିସ୍‌ ପ୍ରଥମେ କ୍ୟାପିଟାଲ ହସ୍ପିିଟାଲ ନେଇଥିବା ବେଳେ ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତରିତ କରିଥିଲା। ଜାମିନ୍‌ ନାମଞ୍ଜୁର ହୋଇଯିବାରୁ ତାକୁ ଜେଲ୍‌ ପଠାଇ ଦିଆଯାଇଛି। ସୁଶାନ୍ତ ନାମରେ ୧୦ରୁ ଅଧିକା ଅପରାଧୀ ମାମଲା ଥିବାବେଳେ ଟାଙ୍ଗୀରେ ଲୁଟ୍‌ ହୋଇଥିବା ୬୦ ଲକ୍ଷ ଟଙ୍କା ଘଟଣାରେ ସେ ସମ୍ପୃକ୍ତ ଥିବା ପୋଲିସ କହିଛି। ସୁଶାନ୍ତଠାରୁ ପୋଲିସ ୫ ରାଉଣ୍ଡ ଗୁଳି ସହ ଗୋଟିଏ ୯ ଏମ୍‌ଏମ୍‌ ବନ୍ଧୁକ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri