Posted inଖେଳ

କଳିଙ୍ଗ ଷ୍ଟାଡିୟମରେ ସ୍ପୋଟର୍‌ସ କ୍ଲାଇମ୍ବିଂ ଟ୍ରେନିଂ

ଭୁବନେଶ୍ୱର, ୨୫।୭(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ମାଉଣ୍ଟେନରିଂ ଫେଡେରେଶନ(ଆଇଏମଏଫ) ଏବଂ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ମିଳିତ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମରେ ସ୍ପୋଟର୍‌ସ କ୍ଲାଇମ୍ବିଂର ଏକ ହାଇପରଫରମାନ୍ସ ସେଣ୍ଟର ନିର୍ମାଣ କରାଯାଇଛି। ଭାରତୀୟ ସ୍ପୋଟର୍‌ସ କ୍ଲାଇମ୍ବିଂକୁ ଅନ୍ତର୍ଜାତୀୟ ମାନର କରିବା ଏହାର ଲକ୍ଷ୍ୟ। ଏହାକୁ ଦୃଷ୍ଟିରେ ରଖି ଆଇଏମଏଫ ପକ୍ଷରୁ ଚଳିତମାସ ୧୬ ତାରିଖରୁ ୧୦ରୁ ୧୬ ବର୍ଷ ବୟସବର୍ଗର ବାଳିକା ବାଳକଙ୍କୁ ନେଇ ଟ୍ରେନିଂ ଆରମ୍ଭ କରାଯିବାକୁ ଯୋଜନା ହୋଇଛି। ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ପେସାଦାର ଟ୍ରେନରଙ୍କୁ ଅଣାଯାଇ ଏଠାରେ ଟ୍ରେନିଂ ଦିଆଯିବ। ସ୍ପୋଟର୍‌ସ କ୍ଲାଇମ୍ବିଂ ଏବେ ଏକ ଅଲିମ୍ପିକ କ୍ରୀଡ଼ା। ଏହା ୨୦୨୦ ଟୋକିଓ ଅଲିମ୍ପିକ୍ସରେ ପ୍ରଥମ ପଦାର୍ପଣ କରିବାକୁ ଯାଉଛି ଏବଂ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ମଧ୍ୟ ସ୍ଥାନ ପାଇଛି। ଏହାକୁ ନଜରରେ ରଖି ଆଇଏମଏଫ ଏକ ରୋଡ୍‌ମ୍ୟାପ ପ୍ରସ୍ତୁତ କରିବା ଯୋଜନାରେ ଅଛି। ଏହି କ୍ରୀଡ଼ାପ୍ରତି ସଚେତନତା ସୃଷ୍ଟି କରିବା ସହିତ ଛୋଟ ବେଳରୁ ଆଥଲେଟ୍‌ଙ୍କୁ ଚିହ୍ନଟ କରିବା ଏହାର ଲକ୍ଷ୍ୟ। କଳିଙ୍ଗ ଷ୍ଟାଡିୟମ ପରିସରରେ ଥିବା ହକି କମ୍ପ୍ଲେକ୍ସ ନର୍ଥ ଷ୍ଟାଣ୍ଡ ନିକଟସ୍ଥ କ୍ଲାଇମ୍ବିଂ ଓ୍ବାଲ୍‌ ନିକଟରେ ନାମ ପଞ୍ଜୀକରଣ ଚଳିତ ମାସ ୧୮ ତାରିଖରୁ ଆରମ୍ଭ ହେବ। ମାଗଣାରେ ଆଥଲେଟ୍‌ମାନେ ନିଜ ନାମ ପଞ୍ଜୀକରଣ କରିପାରିବେ। ଆଗାମୀ ଦିନରେ ଅନ୍ତର୍ଜାତୀୟ ସ୍ତରର ପ୍ରତିଯୋଗିତା ପାଇଁ ଏକ ଭାରତୀୟ ଦଳ ଗଠନ କରିବା ଆଇଏମଏଫର ଲକ୍ଷ୍ୟ। ତେଣୁ ଅଧିକରୁ ଅଧିକ ବାଳିକା ବାଳକ ଏହି ସୁଯୋଗର ସଦ୍‌ବ୍ୟବହାର କରିବାକୁ ପରାମର୍ଶ ଦିଆ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri