କଳ୍ପନାଙ୍କ କୀର୍ତ୍ତିକୁ ମିଳିନି ନ୍ୟାୟ

ଢେଙ୍କାନାଳ ଅଫିସ, ୨୨।୭: ଏଭରେଷ୍ଟ ବିଜୟିନୀ କଳ୍ପନା ଦାଶଙ୍କ ଯଶକୀର୍ତ୍ତିକୁ ଉଚିତ ନ୍ୟାୟ ମିଳିନାହିଁ। ଏପରି ଜଣେ ନିଆରା ପ୍ରତିଭାକୁ ରାଜ୍ୟ କିମ୍ବା କେନ୍ଦ୍ର ସରକାର ଉପଯୁକ୍ତ ସମ୍ମାନ ଦେଇନାହାନ୍ତି। ଏହାକୁ ନେଇ କ୍ଷୋଭ ବ୍ୟକ୍ତ କରିଛି ଢେଙ୍କାନାଳ ସୁରପ୍ରତାପ ସ୍ମୃତିପୀଠ ଅନୁଷ୍ଠାନ। ପାହାଡ଼ରାଣୀ କଳ୍ପନାଙ୍କୁ ସମୁଚିତ ନ୍ୟାୟ ଦେବାକୁ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ଅନୁଷ୍ଠାନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
ରାଜବାଟୀ ପରିସରରେ ଶନିବାର ଆୟୋଜିତ ବୈଠକରେ ଅଧ୍ୟକ୍ଷତା କରି ପୂର୍ବତନ କେନ୍ଦ୍ରମନ୍ତ୍ରୀ କାମାକ୍ଷା ପ୍ରସାଦ ସିଂଦେଓ (କେପି) କହିଲେ, କଳ୍ପନା ଦାଶ ସାରା ଦେଶ ପାଇଁ ଗର୍ବ ଓ ଗୌରବର ପ୍ରତୀକ। ସେ ଥିଲେ ଯୁବଗୋଷ୍ଠୀର ପ୍ରେରଣାଦାୟୀ। ଅଭାବ, ଅନଟନ ତାଙ୍କୁ ଲକ୍ଷ୍ୟପଥରୁ ବିଚ୍ୟୁତ କରିପାରି ନ ଥିଲା। ନିଜର ଦୃଢ଼ ମନୋବଳ ଯୋଗୁ ସେ ଦୁଇଥର ଏଭରେଷ୍ଟ ଶିଖରରେ ପହଞ୍ଚତ୍ ପାରିଥିଲେ। ଏପରି ବିରଳ ବ୍ୟକ୍ତିତ୍ୱଙ୍କୁ ସମ୍ମାନ ଦେବାକୁ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି କେପି କହିଛନ୍ତି। ଏହି ଅବସରରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତ, ଢେଙ୍କାନାଳର ରାଜବଧୂ ପ୍ରତିଭା କୁମାରୀ ଦେବୀ, ପାଇକ ଗୁରୁ ପ୍ରସନ୍ନ ଦଳବେହେରାଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରାଯାଇଥିଲା।
ବୈଠକରେ ରାଣୀ ସାବିତ୍ରୀ ଦେବୀ, ପୂର୍ବତନ ମନ୍ତ୍ରୀ ନବୀନଚନ୍ଦ୍ର ନାରାୟଣ ଦାସ, କୁଳମଣି ଦାସ, ପ୍ରାଧ୍ୟାପକ ପ୍ରଫୁଲ୍ଲ ମିଶ୍ର, ପ୍ରାଧ୍ୟାପିକା ବିଜୟଲକ୍ଷ୍ମୀ ଦେବୀ, ପରିବେଶବିତ୍‌ ପ୍ରଦ୍ୟୁମ୍ନ ରଥ, ଜିଲା କଂଗ୍ରେସ ସଭାପତି ସୁରେଶ ପାଣିଗ୍ରାହୀ, ପ୍ରେମଶଙ୍କର ମିଶ୍ର, ସୁନୀଲ ଦାଶ, ସାମାଜିକ କର୍ମୀ ଶରତ ଦାସ ପ୍ରମୁଖ ଉପସ୍ଥିତ ଥିଳେ। ଯୁଗ୍ମ ସମ୍ପାଦକ ସୁକାନ୍ତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri