କଶ୍ମୀରରେ କାରଖାନା ଖୋଲିବ ଏସିଆର ସର୍ବବୃହତ ହେଲମେଟ କମ୍ପାନୀ

ନୂଆଦିଲ୍ଲୀ,୭-୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ପ୍ରତ୍ୟାହାର ପରେ ଏସିଆର ସର୍ବବୃହତ ହେଲମେଟ ନିର୍ମାତା କମ୍ପାନୀ ଷ୍ଟିଲବାର୍ଡ ହାଇଟେକ ଇଣ୍ଡିଆ କେନ୍ଦ୍ରଶାସିତ ଅଞ୍ଚଳରେ କାରଖାନା ପ୍ରତିଷ୍ଠା କରିବାକୁ ଆଗ୍ରହ ପ୍ରକାଶ କରିଛି। କମ୍ପାନୀ ସରକାରଙ୍କ ପଦକ୍ଷେପକୁ ସ୍ବାଗତ କରି କହିଛି ଯେ, କଶ୍ମୀର ଉପତ୍ୟକାରେ ନୂଆ ଔଦ୍ୟୋଗିକ କ୍ରାନ୍ତି ଆରମ୍ଭ ହେବ। ଫଳରେ ସ୍ଥାନୀୟ ନାଗରିକଙ୍କୁ ନିଯୁକ୍ତି ମିଳିବ। ଷ୍ଟିଲବାର୍ଡ ହେଲମେଟ୍ସର ଅଧ୍ୟକ୍ଷ ସୁଭାଷ କପୁର କହିଛନ୍ତି ଯେ, ଅନୁଚ୍ଛେଦ ୩୭୦ ହଟାଇବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ୱାରା ଉଠାଯାଇଥିବା ପଦକ୍ଷେପ ବହୁ ପ୍ରତୀକ୍ଷିତ ଥିଲା। ଏହି ଚମତ୍କାର ପଦକ୍ଷେପ ଦ୍ୱାରା କଶ୍ମୀର ଉପତ୍ୟକା ଭାରତର ମୁଖ୍ୟଧାରାରେ ସାମିଲ ହୋଇପାରିବ ଏବଂ ଦେଶର ସାମୂହିକ ବିକାଶର ଅଂଶବିଶେଷ ହୋଇପାରିବ। ଅଦ୍ୟାବଧି ସେଠାକାର ଜମ୍ମୁ-କଶ୍ମୀରରେ ଅଧିକାଂଶ ବିନିର୍ମାଣ ଗତିବିଧି କୃଷି ଏବଂ ହସ୍ତଶିଳ୍ପ ପର୍ଯ୍ୟନ୍ତ ସୀମିତ ରହିଛି। ସେଠାରେ ଅକ୍ଟୋବରରେ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଅଂଶଗ୍ରହଣ କରିବା ସହ କମ୍ପାନୀ କାରଖାନା ଖୋଲିବାକୁ ଯୋଜନା ପ୍ରସ୍ତୁତ କରାଯାଉଛି ବୋଲି କମ୍ପାନୀ ଏମ୍‌ଡି ରାଜୀବ କପୁର କହିଛନ୍ତି। ସୂଚନାଥାଉ କି, ଷ୍ଟିଲ୍‌ବାର୍ଡ ଇତିମଧ୍ୟରେ ହିମାଚଳ ପ୍ରଦେଶର ବଡ୍ଡିରେ ୧୫୦ କୋଟି ଟଙ୍କା ନିବେଶ କରି କାରଖାନା ସ୍ଥାପନ କରିସାରିଛି। ଏଠାରେ ଦିନକୁ ୪୪,୫୦୦ ହେଲମେଟ ନିର୍ମାଣ ଲାଗି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। କଶ୍ମୀର ଉପତ୍ୟକାରେ ସମାନ ପ୍ରଗତି କରିବାକୁ କମ୍ପାନୀ ଆଶାବାନ୍ଧିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri