Posted inଜାତୀୟ

କଶ୍ମୀରରେ ନୀରବତାର ରାଜୁତି

ଶ୍ରୀନଗର,୮ା୮(ପି.ଟି.): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରୀ ରାସ୍ତାଘାଟ ଶୂନଶାନ। ସବୁଠି ଅଖଣ୍ଡ ନୀରବତା ରାଜୁତି କରୁଛି। ଶ୍ରୀନଗର ସମେତ ବିଭିନ୍ନ ସହରରେ ପୋଲିସ ଓ ସଶସ୍ତ୍ର ବଳର କଡ଼ା ପ୍ରହରା। ଏଥିସହ ସହ ଟିକିନିଖି ଯାଞ୍ଚ ଚାଲିଥିବାରୁ ଅଧିକାଂଶ ଲୋକ ଘରୁ ବାହାରୁନାହାନ୍ତି। କୌଣସି ପ୍ରକାର ଗୁଜବଜନିତ ବିଭ୍ରାଟକୁ ଏଡାଇବା ଲାଗି ମୋବାଇଲ୍‌ ଇଣ୍ଟରନେଟ ସେବାକୁ ବନ୍ଦ କରାଯାଇଥିବାରୁ କଶ୍ମୀରବାସୀ ନିଜ ନିଜ ମଧ୍ୟରେ ଯୋଗସୂତ୍ର ରକ୍ଷାକରି ପାରୁନାହାନ୍ତି। କେବଳ ଜରୁରୀ କାର୍ଯ୍ୟରେ ବାହାରକୁ ଯିବା ପାଇଁ ଲୋକଙ୍କୁ ଅନୁମତି ଦିଆଯାଉଛି। ସେହିପରି ନିୟନ୍ତ୍ରଣରେଖା (ଏଲ୍‌ଓସି)ରେ ମଧ୍ୟ ଗୁଳିଗୋଳାର ଶବ୍ଦ ଆଉ ଶୁଣିବାକୁ ମିଳୁନାହିିଁ।
ଅଘୋଷିତ କର୍ଫ୍ୟୁକୁ ନେଇ ବହୁ ଲୋକ ଆଶଙ୍କା ଓ ଆତଙ୍କ ମଧ୍ୟରେ ରହିଛନ୍ତି। ପୁଞ୍ଚ ଜିଲାରେ ମଙ୍ଗଳବାର ହିଂସା ଦେଖିବାକୁ ମିଳିଥିଲା। ୩୭୦ ଉଚ୍ଛେଦ ପ୍ରତିବାଦରେ ସୁରାନକୋଟ ଓ ବୁଫାଲିଆଜ୍‌ ଅଞ୍ଚଳରେ ଲୋକେ ରାସ୍ତାକୁ ଓହ୍ଲାଇ ଭାରତ ବିରୋଧୀ ସ୍ଲୋଗାନ ଦେଇଥିଲେ। ଲୋକଙ୍କ ଆକ୍ରମଣରେ ଜଣେ ଡିଏସ୍‌ପିଙ୍କ ସମେତ ୩ ପୋଲିସ ଅଧିକାରୀ ଆହତ ହୋଇଥିଲେ। ଏହାକୁ ନେଇ ରାଜ୍ୟପାଳ ସତ୍ୟପାଲ ମଲିକ ବୁଧବାର ଆଇନଶୃଙ୍ଖଳା ସ୍ଥିତି ସମୀକ୍ଷା କରିଛନ୍ତି। କାଁ ଭାଁ କେଉଁଠି ହିଂସାକୁ ଛାଡ଼ିଦେଲେ ଉପତ୍ୟକା ପ୍ରାୟ ଶାନ୍ତିପୂର୍ଣ୍ଣ ରହିଥିବା ଜଣାପଡ଼ିଛି। ସ୍ବାସ୍ଥ୍ୟ, ବିଦ୍ୟୁତ୍‌ ଓ ଜଳଯୋଗାଣ ଭଳି ଜରୁରିକାଳୀନ ସେବା ସ୍ବାଭାବିକ ରହିଥିବା ରାଜ୍ୟପାଳ ସୂଚନା ଦେଇଛନ୍ତି। ଏହାସହ ଲୋକଙ୍କ ଆବଶ୍ୟକତା ପୂରଣ ପାଇଁ ସେମାନଙ୍କୁ ସୁବିଧା ଯୋଗାଇଦେବାକୁ ରାଜ୍ୟପାଳ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲ ବୁଧବାର ସୁରକ୍ଷା ସ୍ଥିତି ସମୀକ୍ଷା କରିଛନ୍ତି। ସେ ଶୋପିଆନ୍‌ ଜିଲାର କେତେଜଣ ଲୋକଙ୍କ ସହ ମିଶି ମଧ୍ୟାହ୍ନଭୋଜନ କରୁଥିବା ଭିଡିଓ ଭାଇରାଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

କୁଲାଡ ବାହୁଡ଼ା ଯାତ୍ରା: ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟକ୍ତି….

ଭଞ୍ଜନଗର,୨୪।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କୁଲାଡ ବାହୁଡ଼ା ଯାତ୍ରା ଐତିହାସିକ ଓ ପ୍ରସିଦ୍ଧ। ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଶହ ଶହ ବର୍ଷ ଧରି…

ଜାତୀୟ ରାଜନୀତିରେ ହଲଚଲ: ଆଜି ରାତି ୮ଟାରେ ବଡ଼ ଘୋଷଣା କରିବେ ସରକାର…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ପରେ କକରୋଚ ଜନତା ପାର୍ଟି (CJP) ର ପ୍ରତିବାଦ ଏବଂ ଜେନ୍-ଜି (Gen-Z) ଙ୍କ ଆନ୍ଦୋଳନ ପରେ କେନ୍ଦ୍ର ସରକାର ଆଲର୍ଟ…

CJPକୁ ସମର୍ଥନ କରି ଚାକିରି ଛାଡିଲେ ଉତ୍ତରାଖଣ୍ଡ ପୋଲିସ! ଆନ୍ଦୋଳନକୁ ନେଇ କଲେ ବଡ଼ ଖୁଲାସା,ଦେଶରେ ଚହଳ…

ନୂଆଦିଲ୍ଲୀ,୨୪।୭: CJP ମଞ୍ଚ ଏହାର ଚାଲିଥିବା ପ୍ରତିବାଦ ଯୋଗୁଁ ଦେଶବ୍ୟାପୀ ଦୃଷ୍ଟି ଆକର୍ଷଣ କରିଛି। ଏବେ, ସେଠାରେ ଏକ ଘଟଣା ଘଟିଛି ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri