Posted inଜାତୀୟ

କଶ୍ମୀରରେ ଶିଶୁ ଅଟକ ଅଭିଯୋଗ: ହାଇକୋର୍ଟଙ୍କୁ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧ା୯(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ପରେ ଅଗଷ୍ଟ ୫ରୁ ସେଠାରେ ବେଆଇନ ଭାବେ ପିଲାମାନଙ୍କୁ ଅଟକ ରଖାଯାଇଥିବା ଅଭିଯୋଗ ହୋଇଛି। ସୁପ୍ରିମକୋର୍ଟ ଶୁକ୍ରବାର ଏନେଇ ଜମ୍ମୁ-କଶ୍ମୀର ହାଇକୋର୍ଟର ଜୁଭେନାଇଲ ଜଷ୍ଟିସ୍‌ କମିଟିକୁ ରିପୋର୍ଟ ମାଗିଛନ୍ତି। ରିଟ୍‌ ପିଟିଶନରେ ଥିବା ତଥ୍ୟର ଅନୁଧ୍ୟାନ କରି ସପ୍ତାହେ ମଧ୍ୟରେ ଜଣାଇବାକୁ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଶିଶୁ ଅଧିକାର କର୍ମୀ ଏନାକ୍ଷୀ ଗାଙ୍ଗୁଲି ଓ ପ୍ରଫେସର ଶାନ୍ତା ସିହ୍ନାଙ୍କ ପକ୍ଷରୁ ପିଟିଶନ୍‌ ଦାଏର ହୋଇଥିଲା। ପିଲାଙ୍କୁ ଅଟକ ରଖାଯିବା ଗୁରୁତର ପ୍ରଶ୍ନବାଚୀ ସୃଷ୍ଟି କରୁଛି ବୋଲି ପ୍ରଧାନ ବିଚାରପତି କହିଥିଲେ।

ଜମ୍ମୁ-କଶ୍ମୀରରୁ ୩୭୦ ଉଚ୍ଛେଦ ପରେ ମାଲେସିଆର ଜଣେ ପ୍ରବାସୀ ଭାରତୀୟ (ଏନ୍‌ଆର୍‌ଆଇ) ବ୍ୟବସାୟୀଙ୍କୁ ଅଟକ ରଖାଯିବା ଘଟଣାରେ ସୁପ୍ରିମକୋର୍ଟ ଶୁକ୍ରବାର ରାଜ୍ୟ ପ୍ରଶାସନକୁ ଜବାବ ମାଗିଛନ୍ତି। ଅଟକ ଘଟଣାକୁ ତାଙ୍କ ସ୍ତ୍ରୀ କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ବ୍ୟବସାୟୀଙ୍କୁ କୋର୍ଟରେ ହାଜର କରିବା ସହ ଦୁଇ ସପ୍ତାହ ମଧ୍ୟରେ ଜବାବ ରଖିବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଜମ୍ମୁ-କଶ୍ମୀର ସାଧାରଣ ନିରାପତ୍ତା ଆଇନ, ୧୯୭୮ର ଧାରା ୮(୧)(କ) ଅନୁଯାୟୀ ବ୍ୟବସାୟୀ ମୁବିନ ଅହମ୍ମଦ ଶାହଙ୍କୁ ଅଗଷ୍ଟ ୭ରୁ ଆଗ୍ରା କେନ୍ଦ୍ରୀୟ ଜେଲ୍‌ରେ ଅଟକ ରଖାଯାଇଛି। ଅଟକ ନିର୍ଦ୍ଦେଶନାମା ଖାରଜ କରିବାକୁ ତାଙ୍କ ସ୍ତ୍ରୀ ଅସିଫା ମୁବିନ୍‌ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହାବ୍ୟତୀତ ଅନ୍ୟ ୫ ଜଣଙ୍କ ଅଟକ ନେଇ ମଧ୍ୟ ଅଦାଲତ ରାଜ୍ୟ ପ୍ରଶାସନକୁ ଜବାବ ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?