କଶ୍ମୀରରେ ୧୦ ହଜାର କୋଟିର କାରବାର କ୍ଷତି

ନୂଆଦିଲ୍ଲୀ,୨୯-୧୦: ଜମ୍ମୁ କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ଅନୁଚ୍ଛେଦ ୩୭୦ ହଟାଯିବା ପରେ ନିରାପତ୍ତା ପାଇଁ ଲାଗୁ ହୋଇଥିବା ବିଭିନ୍ନ କଟକଣାର ପ୍ରଭାବ ସେଠାକାର ବାଣିଜ୍ୟ କାରବାର ଉପରେ ପଡିଛି। ଗତ ୩ ମାସରେ କଶ୍ମୀର ଘାଟିରେ ବାଣିଜ୍ୟ କାରବାର ବିଶେଷ ଭାବେ ପ୍ରଭାବିତ ହୋଇଥିବା ଜଣାପଡିଛି। ଘାଟିରେ ଗତ ୩ ମାସ ମଧ୍ୟରେ ବ୍ୟବସାୟୀମାନେ ପ୍ରାୟ ୧୦ ହଜାର କୋଟି ଟଙ୍କାର ବ୍ୟବସାୟ କ୍ଷତି ସହିଥିବା ଶିଳ୍ପ ଜଗତ ପକ୍ଷରୁ ଆକଳନ କରାଯାଉଛି। କେନ୍ଦ୍ର ସରକାର ଚଳିତ ବର୍ଷ ୫ ଅଗଷ୍ଟରେ ୩୭୦ ଅନୁଚ୍ଛେଦକୁ ଉଠାଇ ଦେଇଥିଲେ। କଟକଣା ଲାଗୁ ହେବାର ବର୍ତ୍ତମାନ ୮୪ ଦିନରୁ ଅଧିକ ସମୟ ବିତି ଗଲାଣି। କଟକଣା ଯୋଗୁ ସେଠାକାର ବଜାର ଅଧିକାଂଶ ସମୟ ବନ୍ଦ ରହିଥିବା ଦେଖାଯାଇଛି।
ସେହିଭଳି ସାଧାରଣ ପରିବହନ ବ୍ୟବସ୍ଥା ମଧ୍ୟ ପ୍ରଭାବିତ ହୋଇଛି। ଲାଲଚୌକ ଅଞ୍ଚଳରେ କିଛି ଦୋକାନ ସକାଳେ ଏବଂ ଆଉ କିଛି ସଂଧ୍ୟାରେ ଖୋଲା ରହୁଥିଲେ ମଧ୍ୟ ମୁଖ୍ୟ ବଜାର ବନ୍ଦ ରହୁଥିବା କଶ୍ମୀର ବାଣିଜ୍ୟ ଏବଂ ଉଦ୍ୟୋଗ ସଙ୍ଗଠନର ଅଧ୍ୟକ୍ଷ ସେକ୍‌ ଆଶିକ କହିଛନ୍ତି। ସ୍ଥିତି ଏବେ ସମ୍ପୂର୍ଣ୍ଣ ସ୍ବାଭାବିକ ହୋଇ ନ ଥିବାରୁ କେତେ ପରିମାଣର ବ୍ୟବସାୟିକ କ୍ଷତି ତାହା ଅନୁମାନ ଲଗାଇବା କଷ୍ଟକର ବୋଲି ସେ କହିଛନ୍ତି। କଟକଣା ଯୋଗୁ ଲୋକମାନେ କାରବାର ଲାଗି ଏତେଟା ଆଗ୍ରହ ପ୍ରକାଶ କରୁ ନାହାନ୍ତି। ଗତ କିଛି ସପ୍ତାହ ହେଲା କାରବାର ଆରମ୍ଭ ହୋଇଥିଲେ ମଧ୍ୟ ବଜାରରେ ଭିଡ ପରିଲକ୍ଷିତ ହେଉନାହିଁ। ସେହିଭଳି ଇଣ୍ଟରନେଟ ବନ୍ଦ ରହିବା ଯୋଗୁ ଏହାର ପ୍ରଭାବ ବ୍ୟବସାୟ ଉପରେ ପଡିଥିବା ସେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri